16ସେତେବେଳେ ଯୋୟାବ ଓ ସମଗ୍ର ଇସ୍ରାଏଲ ଇଦୋମର ପ୍ରତ୍ୟେକ ପୁରୁଷକୁ ଉଚ୍ଛିନ୍ନ ନ କରିବା ପର୍ଯ୍ୟନ୍ତ ଛଅ ମାସ କାଳ ସେଠାରେ ରହିଥିଲେ;
17ସେସମୟରେ ହଦଦ୍ ଓ ତାହା ସଙ୍ଗେ ତାହା ପିତାର ଦାସ କେତେକ ଇଦୋମୀୟ ଲୋକ ମିସରକୁ ପଳାଇ ଯାଇଥିଲେ; ସେତେବେଳେ ହଦଦ୍ ସାନ ବାଳକ ଥିଲା।
18ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି, ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସରର ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା।
19ପୁଣି, ହଦଦ୍ ଫାରୋ ଦୃଷ୍ଟିରେ ଅତିଶୟ ଅନୁଗ୍ରହ ପାଇଲା, ତେଣୁ ସେ ଆପଣା ଭାର୍ଯ୍ୟା ତହପନେଷ୍ ରାଣୀର ଭଗିନୀକୁ ତାହା ସଙ୍ଗେ ବିବାହ ଦେଲା;
20ଏଉତ୍ତାରେ ତହପନେଷ୍ର ଭଗିନୀ ତାହାର ଔରସରେ ଗନୁବତ୍ ନାମକ ପୁତ୍ର ପ୍ରସବ କଲା, ତହିଁରେ ତହପନେଷ୍ ଫାରୋର ଗୃହରେ ତାହାର ସ୍ତନ୍ୟତ୍ୟାଗ କରାଇଲା; ଆଉ ଗନୁବତ୍ ଫାରୋର ଗୃହରେ ଫାରୋର ପୁତ୍ରମାନଙ୍କ ସଙ୍ଗରେ ରହିଲା।