ପ୍ରଥମ ରାଜାବଳୀ 11

ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କରିଅଛି ଓ ସେନାପତି ଯୋୟାବ ମରିଅଛି, ଏହି ସମାଚାର ହଦଦ୍‍ ମିସରରେ ଶୁଣନ୍ତେ ଫାରୋକୁ କହିଲା, “ମୋତେ ପ୍ରସ୍ଥାନ କରିବାକୁ ଅନୁମତି ଦେଉନ୍ତୁ, ମୁଁ ସ୍ୱଦେଶକୁ ଯିବି।”

1 Kings 11:21 (UKJV) And when Hadad heard in Egypt that David slept with his fathers, and that Joab the captain of the host was dead, Hadad said to Pharaoh, Let me depart, that I may go to mine own country.

19ପୁଣି, ହଦଦ୍‍ ଫାରୋ ଦୃଷ୍ଟିରେ ଅତିଶୟ ଅନୁଗ୍ରହ ପାଇଲା, ତେଣୁ ସେ ଆପଣା ଭାର୍ଯ୍ୟା ତହପନେଷ୍‍ ରାଣୀର ଭଗିନୀକୁ ତାହା ସଙ୍ଗେ ବିବାହ ଦେଲା;

20ଏଉତ୍ତାରେ ତହପନେଷ୍‍ର ଭଗିନୀ ତାହାର ଔରସରେ ଗନୁବତ୍‍ ନାମକ ପୁତ୍ର ପ୍ରସବ କଲା, ତହିଁରେ ତହପନେଷ୍‍ ଫାରୋର ଗୃହରେ ତାହାର ସ୍ତନ୍ୟତ୍ୟାଗ କରାଇଲା; ଆଉ ଗନୁବତ୍‍ ଫାରୋର ଗୃହରେ ଫାରୋର ପୁତ୍ରମାନଙ୍କ ସଙ୍ଗରେ ରହିଲା।

21ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କରିଅଛି ଓ ସେନାପତି ଯୋୟାବ ମରିଅଛି, ଏହି ସମାଚାର ହଦଦ୍‍ ମିସରରେ ଶୁଣନ୍ତେ ଫାରୋକୁ କହିଲା, “ମୋତେ ପ୍ରସ୍ଥାନ କରିବାକୁ ଅନୁମତି ଦେଉନ୍ତୁ, ମୁଁ ସ୍ୱଦେଶକୁ ଯିବି।”

22ତହିଁରେ ଫାରୋ ତାହାକୁ କହିଲା, “ମାତ୍ର ମୋʼ ସଙ୍ଗେ ଥାଇ ତୁମ୍ଭର କି ଅଭାବ ହେଲା ଯେ, ଦେଖ, ତୁମ୍ଭେ ସ୍ୱଦେଶକୁ ଯିବା ପାଇଁ ବାଞ୍ଛା କରୁଅଛ?” ଏଥିରେ ସେ ଉତ୍ତର କଲା, “କିଛି ନାହିଁ; ତଥାପି କୌଣସିମତେ ପ୍ରସ୍ଥାନ କରିବା ପାଇଁ ମୋତେ ଅନୁମତି ଦେଉନ୍ତୁ।”

23ଆହୁରି ପରମେଶ୍ୱର ଇଲୀୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ, ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.