22ତହିଁରେ ଫାରୋ ତାହାକୁ କହିଲା, “ମାତ୍ର ମୋʼ ସଙ୍ଗେ ଥାଇ ତୁମ୍ଭର କି ଅଭାବ ହେଲା ଯେ, ଦେଖ, ତୁମ୍ଭେ ସ୍ୱଦେଶକୁ ଯିବା ପାଇଁ ବାଞ୍ଛା କରୁଅଛ?” ଏଥିରେ ସେ ଉତ୍ତର କଲା, “କିଛି ନାହିଁ; ତଥାପି କୌଣସିମତେ ପ୍ରସ୍ଥାନ କରିବା ପାଇଁ ମୋତେ ଅନୁମତି ଦେଉନ୍ତୁ।”
23ଆହୁରି ପରମେଶ୍ୱର ଇଲୀୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ, ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା;
24ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ।
25ଆଉ ସେ ହଦଦ୍ର କୃତ ମନ୍ଦ କର୍ମ ଛଡ଼ା ଶଲୋମନଙ୍କର ଯାବଜ୍ଜୀବନ ଇସ୍ରାଏଲର ବିପକ୍ଷ ହୋଇଥିଲା; ସେ ଇସ୍ରାଏଲକୁ ଘୃଣା କରି ଅରାମ ଉପରେ ରାଜ୍ୟ କଲା।
26ପୁଣି, ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା।