ପ୍ରଥମ ରାଜାବଳୀ 11

ଆଉ ସେ ହଦଦ୍‍ର କୃତ ମନ୍ଦ କର୍ମ ଛଡ଼ା ଶଲୋମନଙ୍କର ଯାବଜ୍ଜୀବନ ଇସ୍ରାଏଲର ବିପକ୍ଷ ହୋଇଥିଲା; ସେ ଇସ୍ରାଏଲକୁ ଘୃଣା କରି ଅରାମ ଉପରେ ରାଜ୍ୟ କଲା।

1 Kings 11:25 (UKJV) And he was an adversary to Israel all the days of Solomon, beside the mischief that Hadad did: and he abhorred Israel, and reigned over Syria.

23ଆହୁରି ପରମେଶ୍ୱର ଇଲୀୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ, ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା;

24ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ।

25ଆଉ ସେ ହଦଦ୍‍ର କୃତ ମନ୍ଦ କର୍ମ ଛଡ଼ା ଶଲୋମନଙ୍କର ଯାବଜ୍ଜୀବନ ଇସ୍ରାଏଲର ବିପକ୍ଷ ହୋଇଥିଲା; ସେ ଇସ୍ରାଏଲକୁ ଘୃଣା କରି ଅରାମ ଉପରେ ରାଜ୍ୟ କଲା।

26ପୁଣି, ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା।

27ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନ ସ୍ଥାନ ପୁନଃନିର୍ମାଣ କରୁଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.