24ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ।
25ଆଉ ସେ ହଦଦ୍ର କୃତ ମନ୍ଦ କର୍ମ ଛଡ଼ା ଶଲୋମନଙ୍କର ଯାବଜ୍ଜୀବନ ଇସ୍ରାଏଲର ବିପକ୍ଷ ହୋଇଥିଲା; ସେ ଇସ୍ରାଏଲକୁ ଘୃଣା କରି ଅରାମ ଉପରେ ରାଜ୍ୟ କଲା।
26ପୁଣି, ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା।
27ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନ ସ୍ଥାନ ପୁନଃନିର୍ମାଣ କରୁଥିଲେ।
28ସେସମୟରେ ଯାରବୀୟାମ ମହାବିକ୍ରମଶାଳୀ ପୁରୁଷ ଥିଲେ; ଏଣୁ ଶଲୋମନ ସେହି ଯୁବା ଲୋକଙ୍କୁ ପରିଶ୍ରମୀ ଦେଖି ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ଅର୍ପଣ କଲେ।