26ପୁଣି, ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା।
27ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନ ସ୍ଥାନ ପୁନଃନିର୍ମାଣ କରୁଥିଲେ।
28ସେସମୟରେ ଯାରବୀୟାମ ମହାବିକ୍ରମଶାଳୀ ପୁରୁଷ ଥିଲେ; ଏଣୁ ଶଲୋମନ ସେହି ଯୁବା ଲୋକଙ୍କୁ ପରିଶ୍ରମୀ ଦେଖି ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ଅର୍ପଣ କଲେ।
29ଘଟଣାକ୍ରମେ ସେହି ସମୟରେ ଯାରବୀୟାମ ଯିରୂଶାଲମର ବାହାରକୁ ଯାʼନ୍ତେ, ପଥରେ ଶୀଲୋନୀୟ ଅହୀୟ ଭବିଷ୍ୟଦ୍ବକ୍ତା ତାଙ୍କର ଦେଖା ପାଇଲା; ଅହୀୟ ଆପଣାକୁ ନୂତନ ବସ୍ତ୍ରରେ ଆଚ୍ଛାଦନ କରିଥିଲା ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ।
30ତହିଁରେ ଅହୀୟ ଆପଣା ଦେହର ନୂତନ ବସ୍ତ୍ର ଧରି ବାରଖଣ୍ଡ କରି ଚିରିଲା।