ପ୍ରଥମ ରାଜାବଳୀ 11

ଘଟଣାକ୍ରମେ ସେହି ସମୟରେ ଯାରବୀୟାମ ଯିରୂଶାଲମର ବାହାରକୁ ଯାʼନ୍ତେ, ପଥରେ ଶୀଲୋନୀୟ ଅହୀୟ ଭବିଷ୍ୟଦ୍‍ବକ୍ତା ତାଙ୍କର ଦେଖା ପାଇଲା; ଅହୀୟ ଆପଣାକୁ ନୂତନ ବସ୍ତ୍ରରେ ଆଚ୍ଛାଦନ କରିଥିଲା ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ।

1 Kings 11:29 (UKJV) And it came to pass at that time when Jeroboam went out of Jerusalem, that the prophet Ahijah the Shilonite found him in the way; and he had clad himself with a new garment; and they two were alone in the field:

27ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନ ସ୍ଥାନ ପୁନଃନିର୍ମାଣ କରୁଥିଲେ।

28ସେସମୟରେ ଯାରବୀୟାମ ମହାବିକ୍ରମଶାଳୀ ପୁରୁଷ ଥିଲେ; ଏଣୁ ଶଲୋମନ ସେହି ଯୁବା ଲୋକଙ୍କୁ ପରିଶ୍ରମୀ ଦେଖି ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ଅର୍ପଣ କଲେ।

29ଘଟଣାକ୍ରମେ ସେହି ସମୟରେ ଯାରବୀୟାମ ଯିରୂଶାଲମର ବାହାରକୁ ଯାʼନ୍ତେ, ପଥରେ ଶୀଲୋନୀୟ ଅହୀୟ ଭବିଷ୍ୟଦ୍‍ବକ୍ତା ତାଙ୍କର ଦେଖା ପାଇଲା; ଅହୀୟ ଆପଣାକୁ ନୂତନ ବସ୍ତ୍ରରେ ଆଚ୍ଛାଦନ କରିଥିଲା ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ।

30ତହିଁରେ ଅହୀୟ ଆପଣା ଦେହର ନୂତନ ବସ୍ତ୍ର ଧରି ବାରଖଣ୍ଡ କରି ଚିରିଲା।

31ଆଉ ଯାରବୀୟାମଙ୍କୁ କହିଲା, “ତୁମ୍ଭେ ଆପଣା ପାଇଁ ଦଶ ଖଣ୍ଡ ନିଅ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ୟ ଚିରି ନେବା ଓ ତୁମ୍ଭକୁ ଦଶ ଗୋଷ୍ଠୀ ଦେବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.