ପ୍ରଥମ ରାଜାବଳୀ 11

ଏଣୁ ତାଙ୍କର ସାତ ଶହ ରାଜପତ୍ନୀ ଓ ତିନି ଶହ ଉପପତ୍ନୀ ହେଲେ; ଆଉ ତାଙ୍କର ପତ୍ନୀମାନେ ତାଙ୍କର ମନକୁ ବିପଥଗାମୀ କଲେ।

1 Kings 11:3 (UKJV) And he had seven hundred wives, princesses, and three hundred concubines: and his wives turned away his heart.

1ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ;

2ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଥିଲେ, “ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ;” ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ।

3ଏଣୁ ତାଙ୍କର ସାତ ଶହ ରାଜପତ୍ନୀ ଓ ତିନି ଶହ ଉପପତ୍ନୀ ହେଲେ; ଆଉ ତାଙ୍କର ପତ୍ନୀମାନେ ତାଙ୍କର ମନକୁ ବିପଥଗାମୀ କଲେ।

4କାରଣ ଶଲୋମନ ବୃଦ୍ଧ ହୁଅନ୍ତେ ଏପରି ଘଟିଲା ଯେ, ତାଙ୍କର ପତ୍ନୀମାନେ ବିଦେଶୀୟ ଦେବତାଗଣ ପ୍ରତି ତାଙ୍କର ମନକୁ ବିପଥଗାମୀ କଲେ; ପୁଣି, ତାଙ୍କର ପିତା ଦାଉଦଙ୍କର ଅନ୍ତଃକରଣ ପରି ତାଙ୍କର ଅନ୍ତଃକରଣ ସଦାପ୍ରଭୁ ପରମେଶ୍ୱରଙ୍କ ପ୍ରତି ସିଦ୍ଧ ନୋହିଲା।

5ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍‍ର ଓ ଅମ୍ମୋନୀୟମାନଙ୍କ ମିଲ୍‍କମ୍‍ ନାମକ ଘୃଣାଯୋଗ୍ୟ ଦେବତାର ପଶ୍ଚାତ୍‍ଗାମୀ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.