31ଆଉ ଯାରବୀୟାମଙ୍କୁ କହିଲା, “ତୁମ୍ଭେ ଆପଣା ପାଇଁ ଦଶ ଖଣ୍ଡ ନିଅ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ୟ ଚିରି ନେବା ଓ ତୁମ୍ଭକୁ ଦଶ ଗୋଷ୍ଠୀ ଦେବା।
32ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଇସ୍ରାଏଲର ସମସ୍ତ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ନଗର ଯିରୂଶାଲମ ସକାଶୁ ସେ ଏକ ଗୋଷ୍ଠୀ ପାଇବ।
33ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍ ଦେବୀକି ଓ ମୋୟାବର କମୋଶ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍କମ୍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି, ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି।
34ତଥାପି ଆମ୍ଭେ ସମୁଦାୟ ରାଜ୍ୟ ତାହା ହସ୍ତରୁ ନେବା ନାହିଁ, ମାତ୍ର ଆମ୍ଭ ମନୋନୀତ ଦାସ ଯେଉଁ ଦାଉଦ ଆମ୍ଭର ଆଜ୍ଞା ଓ ଆମ୍ଭର ବିଧିସକଳ ପାଳନ କଲା, ତାହା ସକାଶୁ ତାହାକୁ ଯାବଜ୍ଜୀବନ ଅଧିପତି କରି ରଖିବା;
35ମାତ୍ର ଆମ୍ଭେ ତାହାର ପୁତ୍ର ହସ୍ତରୁ ରାଜ୍ୟ ନେବା ଓ ତାହା, ଅର୍ଥାତ୍, ଦଶ ଗୋଷ୍ଠୀ ତୁମ୍ଭକୁ ଦେବା।