ପ୍ରଥମ ରାଜାବଳୀ 11

ମାତ୍ର ଆମ୍ଭେ ତାହାର ପୁତ୍ର ହସ୍ତରୁ ରାଜ୍ୟ ନେବା ଓ ତାହା, ଅର୍ଥାତ୍‍, ଦଶ ଗୋଷ୍ଠୀ ତୁମ୍ଭକୁ ଦେବା।

1 Kings 11:35 (UKJV) But I will take the kingdom out of his son's hand, and will give it unto you, even ten tribes.

33ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍‍ ଦେବୀକି ଓ ମୋୟାବର କମୋଶ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍‍କମ୍‍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି, ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି।

34ତଥାପି ଆମ୍ଭେ ସମୁଦାୟ ରାଜ୍ୟ ତାହା ହସ୍ତରୁ ନେବା ନାହିଁ, ମାତ୍ର ଆମ୍ଭ ମନୋନୀତ ଦାସ ଯେଉଁ ଦାଉଦ ଆମ୍ଭର ଆଜ୍ଞା ଓ ଆମ୍ଭର ବିଧିସକଳ ପାଳନ କଲା, ତାହା ସକାଶୁ ତାହାକୁ ଯାବଜ୍ଜୀବନ ଅଧିପତି କରି ରଖିବା;

35ମାତ୍ର ଆମ୍ଭେ ତାହାର ପୁତ୍ର ହସ୍ତରୁ ରାଜ୍ୟ ନେବା ଓ ତାହା, ଅର୍ଥାତ୍‍, ଦଶ ଗୋଷ୍ଠୀ ତୁମ୍ଭକୁ ଦେବା।

36ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା।

37ପୁଣି, ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା, ତହିଁରେ ତୁମ୍ଭେ ଆପଣା ପ୍ରାଣର ସମସ୍ତ ବାଞ୍ଛାନୁସାରେ ରାଜ୍ୟ କରି ଇସ୍ରାଏଲ ଉପରେ ରାଜା ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.