ପ୍ରଥମ ରାଜାବଳୀ 11

ପୁଣି, ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା, ତହିଁରେ ତୁମ୍ଭେ ଆପଣା ପ୍ରାଣର ସମସ୍ତ ବାଞ୍ଛାନୁସାରେ ରାଜ୍ୟ କରି ଇସ୍ରାଏଲ ଉପରେ ରାଜା ହେବ।

1 Kings 11:37 (UKJV) And I will take you, and you shall reign according to all that your soul desires, and shall be king over Israel.

35ମାତ୍ର ଆମ୍ଭେ ତାହାର ପୁତ୍ର ହସ୍ତରୁ ରାଜ୍ୟ ନେବା ଓ ତାହା, ଅର୍ଥାତ୍‍, ଦଶ ଗୋଷ୍ଠୀ ତୁମ୍ଭକୁ ଦେବା।

36ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା।

37ପୁଣି, ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା, ତହିଁରେ ତୁମ୍ଭେ ଆପଣା ପ୍ରାଣର ସମସ୍ତ ବାଞ୍ଛାନୁସାରେ ରାଜ୍ୟ କରି ଇସ୍ରାଏଲ ଉପରେ ରାଜା ହେବ।

38ଆଉ ଯେବେ ତୁମ୍ଭେ ଆମ୍ଭ ଦାସ ଦାଉଦ ପରି ଆମ୍ଭର ସମସ୍ତ ଆଦେଶରେ ମନୋଯୋଗ କରିବ, ଆମ୍ଭ ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଚାଲିବ ଓ ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କରିବ, ତେବେ ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା ଓ ଆମ୍ଭେ ଯେପରି ଦାଉଦ ପାଇଁ କଲୁ, ସେପରି ତୁମ୍ଭ ପାଇଁ ଏକ ଦୃଢ଼ ଗୃହ ନିର୍ମାଣ କରିବା ଓ ତୁମ୍ଭକୁ ଇସ୍ରାଏଲ ଦେବା।

39ଆମ୍ଭେ ଏହି କର୍ମ ସକାଶୁ ଦାଉଦ-ବଂଶକୁ କ୍ଳେଶ ଦେବା, ମାତ୍ର ସଦାକାଳ ନୁହେଁ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.