37ପୁଣି, ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା, ତହିଁରେ ତୁମ୍ଭେ ଆପଣା ପ୍ରାଣର ସମସ୍ତ ବାଞ୍ଛାନୁସାରେ ରାଜ୍ୟ କରି ଇସ୍ରାଏଲ ଉପରେ ରାଜା ହେବ।
38ଆଉ ଯେବେ ତୁମ୍ଭେ ଆମ୍ଭ ଦାସ ଦାଉଦ ପରି ଆମ୍ଭର ସମସ୍ତ ଆଦେଶରେ ମନୋଯୋଗ କରିବ, ଆମ୍ଭ ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଚାଲିବ ଓ ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କରିବ, ତେବେ ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା ଓ ଆମ୍ଭେ ଯେପରି ଦାଉଦ ପାଇଁ କଲୁ, ସେପରି ତୁମ୍ଭ ପାଇଁ ଏକ ଦୃଢ଼ ଗୃହ ନିର୍ମାଣ କରିବା ଓ ତୁମ୍ଭକୁ ଇସ୍ରାଏଲ ଦେବା।
39ଆମ୍ଭେ ଏହି କର୍ମ ସକାଶୁ ଦାଉଦ-ବଂଶକୁ କ୍ଳେଶ ଦେବା, ମାତ୍ର ସଦାକାଳ ନୁହେଁ।’”
40ଉକ୍ତ କାରଣରୁ ଶଲୋମନ ଯାରବୀୟାମଙ୍କୁ ବଧ କରିବାକୁ ଚେଷ୍ଟା କଲେ; ମାତ୍ର ଯାରବୀୟାମ ଉଠି ମିସରକୁ ମିସରୀୟ ରାଜା ଶୀଶକ୍ ନିକଟକୁ ପଳାଇଲେ ଓ ଶଲୋମନଙ୍କର ମରଣ ପର୍ଯ୍ୟନ୍ତ ମିସରରେ ରହିଲେ।
41ଶଲୋମନଙ୍କର ଅବଶିଷ୍ଟ ବିଷୟ ଓ ତାଙ୍କର ସମସ୍ତ କୃତ କର୍ମ ଓ ତାଙ୍କର ଜ୍ଞାନ କି ଶଲୋମନ ବିଷୟକ ପୁସ୍ତକରେ ଲିଖିତ ହୋଇ ନାହିଁ?