ପ୍ରଥମ ରାଜାବଳୀ 11

ଶଲୋମନଙ୍କର ଅବଶିଷ୍ଟ ବିଷୟ ଓ ତାଙ୍କର ସମସ୍ତ କୃତ କର୍ମ ଓ ତାଙ୍କର ଜ୍ଞାନ କି ଶଲୋମନ ବିଷୟକ ପୁସ୍ତକରେ ଲିଖିତ ହୋଇ ନାହିଁ?

1 Kings 11:41 (UKJV) And the rest of the acts of Solomon, and all that he did, and his wisdom, are they not written in the book of the acts of Solomon?

39ଆମ୍ଭେ ଏହି କର୍ମ ସକାଶୁ ଦାଉଦ-ବଂଶକୁ କ୍ଳେଶ ଦେବା, ମାତ୍ର ସଦାକାଳ ନୁହେଁ।’”

40ଉକ୍ତ କାରଣରୁ ଶଲୋମନ ଯାରବୀୟାମଙ୍କୁ ବଧ କରିବାକୁ ଚେଷ୍ଟା କଲେ; ମାତ୍ର ଯାରବୀୟାମ ଉଠି ମିସରକୁ ମିସରୀୟ ରାଜା ଶୀଶକ୍‍ ନିକଟକୁ ପଳାଇଲେ ଓ ଶଲୋମନଙ୍କର ମରଣ ପର୍ଯ୍ୟନ୍ତ ମିସରରେ ରହିଲେ।

41ଶଲୋମନଙ୍କର ଅବଶିଷ୍ଟ ବିଷୟ ଓ ତାଙ୍କର ସମସ୍ତ କୃତ କର୍ମ ଓ ତାଙ୍କର ଜ୍ଞାନ କି ଶଲୋମନ ବିଷୟକ ପୁସ୍ତକରେ ଲିଖିତ ହୋଇ ନାହିଁ?

42ଶଲୋମନ ଚାଳିଶ ବର୍ଷ ପର୍ଯ୍ୟନ୍ତ ଯିରୂଶାଲମରେ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ।

43ତହିଁ ଉତ୍ତାରେ ଶଲୋମନ ମୃତ୍ୟୁବରଣ କଲେ ପୁଣି ଆପଣା ପିତୃଲୋକଙ୍କର ସହିତ ଆପଣା ପିତା ଦାଉଦ-ନଗରରେ କବର ପାଇଲେ; ତହୁଁ ତାଙ୍କ ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.