3ଏଣୁ ତାଙ୍କର ସାତ ଶହ ରାଜପତ୍ନୀ ଓ ତିନି ଶହ ଉପପତ୍ନୀ ହେଲେ; ଆଉ ତାଙ୍କର ପତ୍ନୀମାନେ ତାଙ୍କର ମନକୁ ବିପଥଗାମୀ କଲେ।
4କାରଣ ଶଲୋମନ ବୃଦ୍ଧ ହୁଅନ୍ତେ ଏପରି ଘଟିଲା ଯେ, ତାଙ୍କର ପତ୍ନୀମାନେ ବିଦେଶୀୟ ଦେବତାଗଣ ପ୍ରତି ତାଙ୍କର ମନକୁ ବିପଥଗାମୀ କଲେ; ପୁଣି, ତାଙ୍କର ପିତା ଦାଉଦଙ୍କର ଅନ୍ତଃକରଣ ପରି ତାଙ୍କର ଅନ୍ତଃକରଣ ସଦାପ୍ରଭୁ ପରମେଶ୍ୱରଙ୍କ ପ୍ରତି ସିଦ୍ଧ ନୋହିଲା।
5ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍ର ଓ ଅମ୍ମୋନୀୟମାନଙ୍କ ମିଲ୍କମ୍ ନାମକ ଘୃଣାଯୋଗ୍ୟ ଦେବତାର ପଶ୍ଚାତ୍ଗାମୀ ହେଲେ।
6ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍ଗାମୀ ନୋହିଲେ।
7ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ମୋଲକ୍ ନାମକ ଘୃଣାଯୋଗ୍ୟ ଦେବତା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।