ପ୍ରଥମ ରାଜାବଳୀ 11

ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପତ୍ନୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ବଳିଦାନ କଲେ, ସେହି ସମସ୍ତଙ୍କ ପାଇଁ ସେ ସେହିପରି କଲେ।

1 Kings 11:8 (UKJV) And likewise did he for all his strange wives, which burnt incense and sacrificed unto their gods.

6ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍‍ଗାମୀ ନୋହିଲେ।

7ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ମୋଲକ୍‍ ନାମକ ଘୃଣାଯୋଗ୍ୟ ଦେବତା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।

8ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପତ୍ନୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ବଳିଦାନ କଲେ, ସେହି ସମସ୍ତଙ୍କ ପାଇଁ ସେ ସେହିପରି କଲେ।

9ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ

10ଓ ସେହି ବିଷୟରେ ଆଜ୍ଞା କରି ଅନ୍ୟ ଦେବଗଣର ପଶ୍ଚାତ୍‍ଗାମୀ ହେବାକୁ ନିଷେଧ କରିଥିଲେ; ମାତ୍ର ସଦାପ୍ରଭୁ ଯାହା ଆଜ୍ଞା କଲେ, ତାହା ସେ ପ୍ରତିପାଳନ କଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.