20ଏଉତ୍ତାରେ ଯାରବୀୟାମ ଫେରି ଆସିଅଛନ୍ତି ବୋଲି ସମୁଦାୟ ଇସ୍ରାଏଲ ଶୁଣନ୍ତେ, ସେମାନେ ଲୋକ ପଠାଇ ତାଙ୍କୁ ମଣ୍ଡଳୀକୁ ଡକାଇଲେ ଓ ସମୁଦାୟ ଇସ୍ରାଏଲ ଉପରେ ତାଙ୍କୁ ରାଜା କଲେ; କେବଳ ଯିହୁଦା-ଗୋଷ୍ଠୀ ଛଡ଼ା କେହି ଦାଉଦ-ବଂଶର ଅନୁଗାମୀ ହେଲା ନାହିଁ।
21ରିହବୀୟାମ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ଯିହୁଦାର ସମସ୍ତ ବଂଶର ଓ ବିନ୍ୟାମୀନ୍ ଗୋଷ୍ଠୀର ଏକ ଲକ୍ଷ ଅଶୀ ହଜାର ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ ଓ ଶଲୋମନଙ୍କର ପୁତ୍ର ରିହବୀୟାମଙ୍କର ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଇସ୍ରାଏଲ ବଂଶ ସହିତ ଯୁଦ୍ଧ ହେଲା।
22ମାତ୍ର ପରମେଶ୍ୱରଙ୍କ ଲୋକ ଶମୟୀୟ ନିକଟରେ ପରମେଶ୍ୱରଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
23“ଯିହୁଦାର ରାଜା ଶଲୋମନର ପୁତ୍ର ରିହବୀୟାମକୁ, ପୁଣି, ଯିହୁଦା ଓ ବିନ୍ୟାମୀନ୍ର ସମସ୍ତ ବଂଶକୁ ଓ ଅବଶିଷ୍ଟ ସମସ୍ତ ଲୋକଙ୍କୁ କୁହ:
24‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତା ଇସ୍ରାଏଲ-ସନ୍ତାନଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରିଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି।’” ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ଆପଣା ପଥରେ ଫେରିଗଲେ।