ପ୍ରଥମ ରାଜାବଳୀ 12

ଏହି ସମୟରେ ଯାରବୀୟାମ ଇଫ୍ରୟିମର ପର୍ବତମୟ ଦେଶରେ ଶିଖିମ ନିର୍ମାଣ କରି ତହିଁରେ ବାସ କଲେ; ପୁଣି, ସେ ସେଠାରୁ ଯାଇ ପନୂୟେଲ ନିର୍ମାଣ କଲେ।

1 Kings 12:25 (UKJV) Then Jeroboam built Shechem in mount Ephraim, and dwelt therein; and went out from thence, and built Penuel.

23“ଯିହୁଦାର ରାଜା ଶଲୋମନର ପୁତ୍ର ରିହବୀୟାମକୁ, ପୁଣି, ଯିହୁଦା ଓ ବିନ୍ୟାମୀନ୍‍ର ସମସ୍ତ ବଂଶକୁ ଓ ଅବଶିଷ୍ଟ ସମସ୍ତ ଲୋକଙ୍କୁ କୁହ:

24‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତା ଇସ୍ରାଏଲ-ସନ୍ତାନଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରିଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି।’” ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ଆପଣା ପଥରେ ଫେରିଗଲେ।

25ଏହି ସମୟରେ ଯାରବୀୟାମ ଇଫ୍ରୟିମର ପର୍ବତମୟ ଦେଶରେ ଶିଖିମ ନିର୍ମାଣ କରି ତହିଁରେ ବାସ କଲେ; ପୁଣି, ସେ ସେଠାରୁ ଯାଇ ପନୂୟେଲ ନିର୍ମାଣ କଲେ।

26ତହୁଁ ଯାରବୀୟାମ ଆପଣା ମନେ ମନେ କହିଲେ, “ଏବେ ରାଜ୍ୟ ପୁନର୍ବାର ଦାଉଦ-ବଂଶର ଅଧୀନ ହେବ;

27ଯେବେ ଏହି ଲୋକମାନେ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହରେ ବଳିଦାନ କରିବାକୁ ଯିବେ, ତେବେ ଏହି ଲୋକମାନଙ୍କର ଅନ୍ତଃକରଣ ଆପଣାମାନଙ୍କ ପ୍ରଭୁ ଯିହୁଦାର ରାଜା ରିହବୀୟାମ ପ୍ରତି ଫେରିବ; ତହିଁରେ ସେମାନେ ମୋତେ ବଧ କରି ଯିହୁଦାର ରାଜା ରିହବୀୟାମ ନିକଟକୁ ଫେରିଯିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.