ପ୍ରଥମ ରାଜାବଳୀ 12

ତହୁଁ ସେ ଗୋଟିକୁ ବେଥେଲ୍‍ରେ ଓ ଅନ୍ୟଟିକୁ ଦାନ୍‍ରେ ସ୍ଥାପନ କଲେ।

1 Kings 12:29 (UKJV) And he set the one in Bethel, and the other put he in Dan.

27ଯେବେ ଏହି ଲୋକମାନେ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହରେ ବଳିଦାନ କରିବାକୁ ଯିବେ, ତେବେ ଏହି ଲୋକମାନଙ୍କର ଅନ୍ତଃକରଣ ଆପଣାମାନଙ୍କ ପ୍ରଭୁ ଯିହୁଦାର ରାଜା ରିହବୀୟାମ ପ୍ରତି ଫେରିବ; ତହିଁରେ ସେମାନେ ମୋତେ ବଧ କରି ଯିହୁଦାର ରାଜା ରିହବୀୟାମ ନିକଟକୁ ଫେରିଯିବେ।”

28ଏହେତୁ ରାଜା ପରାମର୍ଶ କରି ସୁବର୍ଣ୍ଣର ଦୁଇ ଗୋବତ୍ସ ନିର୍ମାଣ କଲେ; ପୁଣି, ସେ ଲୋକମାନଙ୍କୁ କହିଲେ, “ଯିରୂଶାଲମକୁ ଯିବା ପାଇଁ ତୁମ୍ଭମାନଙ୍କୁ ବହୁତ କଷ୍ଟ ପଡ଼ୁଅଛି; ହେ ଇସ୍ରାଏଲ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ।”

29ତହୁଁ ସେ ଗୋଟିକୁ ବେଥେଲ୍‍ରେ ଓ ଅନ୍ୟଟିକୁ ଦାନ୍‍ରେ ସ୍ଥାପନ କଲେ।

30ଏହି କର୍ମ ପାପର କାରଣ ହେଲା; କାରଣ ଲୋକମାନେ ଗୋଟିକର ପୂଜା କରିବା ନିମନ୍ତେ ଦାନ୍ ପର୍ଯ୍ୟନ୍ତ ସୁଦ୍ଧା ଗଲେ।

31ଏଉତ୍ତାରେ ସେ ଉଚ୍ଚସ୍ଥଳୀର ଗୃହମାନ ନିର୍ମାଣ କଲେ ଓ ଯେଉଁମାନେ ଲେବୀ-ସନ୍ତାନ ନୁହନ୍ତି, ଏପରି ସମୁଦାୟ ଲୋକଙ୍କ ମଧ୍ୟରୁ ଯାଜକ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.