1ଏଥିଉତ୍ତାରେ ରିହବୀୟାମ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ।
2ଏଥିମଧ୍ୟରେ ନବାଟର ପୁତ୍ର ସେହି ଯେ ଯାରବୀୟାମ ଶଲୋମନ ରାଜାଙ୍କର ଛାମୁରୁ ପଳାଇ ମିସରରେ ଏଯାଏ ଥିଲେ, ସେ ତାଙ୍କର ମୃତ୍ୟୁୁ ସମ୍ବାଦ ପାଇଲେ; ସେ ମିସରରେ ବାସ କରୁଥିବା ବେଳେ ଲୋକମାନେ ତାଙ୍କୁ ଡକାଇ ପଠାଇଲେ।
3ତହିଁରେ ଯାରବୀୟାମ ଓ ଇସ୍ରାଏଲର ସମସ୍ତ ସମାଜ ରିହବୀୟାମଙ୍କ ନିକଟକୁ ଆସି ଏହି କଥା କହିଲେ,
4“ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କ ସେବା କରିବୁ।”
5ତହୁଁ ସେ ସେମାନଙ୍କୁ କହିଲେ, “ଏବେ ଯାଅ, ତିନି ଦିନ ଉତ୍ତାରେ ପୁନର୍ବାର ମୋʼ ନିକଟକୁ ଆସ।” ତହିଁରେ ଲୋକମାନେ ଚାଲିଗଲେ।