28ଏହେତୁ ରାଜା ପରାମର୍ଶ କରି ସୁବର୍ଣ୍ଣର ଦୁଇ ଗୋବତ୍ସ ନିର୍ମାଣ କଲେ; ପୁଣି, ସେ ଲୋକମାନଙ୍କୁ କହିଲେ, “ଯିରୂଶାଲମକୁ ଯିବା ପାଇଁ ତୁମ୍ଭମାନଙ୍କୁ ବହୁତ କଷ୍ଟ ପଡ଼ୁଅଛି; ହେ ଇସ୍ରାଏଲ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ।”
29ତହୁଁ ସେ ଗୋଟିକୁ ବେଥେଲ୍ରେ ଓ ଅନ୍ୟଟିକୁ ଦାନ୍ରେ ସ୍ଥାପନ କଲେ।
30ଏହି କର୍ମ ପାପର କାରଣ ହେଲା; କାରଣ ଲୋକମାନେ ଗୋଟିକର ପୂଜା କରିବା ନିମନ୍ତେ ଦାନ୍ ପର୍ଯ୍ୟନ୍ତ ସୁଦ୍ଧା ଗଲେ।
31ଏଉତ୍ତାରେ ସେ ଉଚ୍ଚସ୍ଥଳୀର ଗୃହମାନ ନିର୍ମାଣ କଲେ ଓ ଯେଉଁମାନେ ଲେବୀ-ସନ୍ତାନ ନୁହନ୍ତି, ଏପରି ସମୁଦାୟ ଲୋକଙ୍କ ମଧ୍ୟରୁ ଯାଜକ କଲେ।
32ପୁଣି, ଯାରବୀୟାମ ଅଷ୍ଟମ ମାସରେ, ମାସର ପଞ୍ଚଦଶ ଦିନରେ ଯିହୁଦାର ପର୍ବ ତୁଲ୍ୟ ଏକ ପର୍ବ ନିରୂପଣ କଲେ ଓ ଯଜ୍ଞବେଦିକୁ ଗଲେ; ଏହିରୂପେ ସେ ସ୍ୱନିର୍ମିତ ଗୋବତ୍ସ ଉଦ୍ଦେଶ୍ୟରେ ବେଥେଲ୍ରେ ବଳିଦାନ କଲେ; ପୁଣି, ସେ ଆପଣାର କୃତ ଉଚ୍ଚସ୍ଥଳୀର ଯାଜକମାନଙ୍କୁ ବେଥେଲ୍ରେ ସ୍ଥାପନ କଲେ।