ପ୍ରଥମ ରାଜାବଳୀ 12

ଏଉତ୍ତାରେ ସେ ଉଚ୍ଚସ୍ଥଳୀର ଗୃହମାନ ନିର୍ମାଣ କଲେ ଓ ଯେଉଁମାନେ ଲେବୀ-ସନ୍ତାନ ନୁହନ୍ତି, ଏପରି ସମୁଦାୟ ଲୋକଙ୍କ ମଧ୍ୟରୁ ଯାଜକ କଲେ।

1 Kings 12:31 (UKJV) And he made an house of high places, and made priests of the low of the people, which were not of the sons of Levi.

29ତହୁଁ ସେ ଗୋଟିକୁ ବେଥେଲ୍‍ରେ ଓ ଅନ୍ୟଟିକୁ ଦାନ୍‍ରେ ସ୍ଥାପନ କଲେ।

30ଏହି କର୍ମ ପାପର କାରଣ ହେଲା; କାରଣ ଲୋକମାନେ ଗୋଟିକର ପୂଜା କରିବା ନିମନ୍ତେ ଦାନ୍ ପର୍ଯ୍ୟନ୍ତ ସୁଦ୍ଧା ଗଲେ।

31ଏଉତ୍ତାରେ ସେ ଉଚ୍ଚସ୍ଥଳୀର ଗୃହମାନ ନିର୍ମାଣ କଲେ ଓ ଯେଉଁମାନେ ଲେବୀ-ସନ୍ତାନ ନୁହନ୍ତି, ଏପରି ସମୁଦାୟ ଲୋକଙ୍କ ମଧ୍ୟରୁ ଯାଜକ କଲେ।

32ପୁଣି, ଯାରବୀୟାମ ଅଷ୍ଟମ ମାସରେ, ମାସର ପଞ୍ଚଦଶ ଦିନରେ ଯିହୁଦାର ପର୍ବ ତୁଲ୍ୟ ଏକ ପର୍ବ ନିରୂପଣ କଲେ ଓ ଯଜ୍ଞବେଦିକୁ ଗଲେ; ଏହିରୂପେ ସେ ସ୍ୱନିର୍ମିତ ଗୋବତ୍ସ ଉଦ୍ଦେଶ୍ୟରେ ବେଥେଲ୍‍ରେ ବଳିଦାନ କଲେ; ପୁଣି, ସେ ଆପଣାର କୃତ ଉଚ୍ଚସ୍ଥଳୀର ଯାଜକମାନଙ୍କୁ ବେଥେଲ୍‍ରେ ସ୍ଥାପନ କଲେ।

33ଏହିପରି ସେ ଅଷ୍ଟମ ମାସର ପଞ୍ଚଦଶ ଦିନରେ, ଅର୍ଥାତ୍‍, ଆପଣା ମନର ସଂକଳ୍ପିତ ମାସରେ ବେଥେଲ୍‍ସ୍ଥିତ ସ୍ୱନିର୍ମିତ ଯଜ୍ଞବେଦିକୁ ଗଲେ ଓ ସେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ପର୍ବ ନିରୂପଣ କରି ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦିକୁ ଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.