31ଏଉତ୍ତାରେ ସେ ଉଚ୍ଚସ୍ଥଳୀର ଗୃହମାନ ନିର୍ମାଣ କଲେ ଓ ଯେଉଁମାନେ ଲେବୀ-ସନ୍ତାନ ନୁହନ୍ତି, ଏପରି ସମୁଦାୟ ଲୋକଙ୍କ ମଧ୍ୟରୁ ଯାଜକ କଲେ।
32ପୁଣି, ଯାରବୀୟାମ ଅଷ୍ଟମ ମାସରେ, ମାସର ପଞ୍ଚଦଶ ଦିନରେ ଯିହୁଦାର ପର୍ବ ତୁଲ୍ୟ ଏକ ପର୍ବ ନିରୂପଣ କଲେ ଓ ଯଜ୍ଞବେଦିକୁ ଗଲେ; ଏହିରୂପେ ସେ ସ୍ୱନିର୍ମିତ ଗୋବତ୍ସ ଉଦ୍ଦେଶ୍ୟରେ ବେଥେଲ୍ରେ ବଳିଦାନ କଲେ; ପୁଣି, ସେ ଆପଣାର କୃତ ଉଚ୍ଚସ୍ଥଳୀର ଯାଜକମାନଙ୍କୁ ବେଥେଲ୍ରେ ସ୍ଥାପନ କଲେ।
33ଏହିପରି ସେ ଅଷ୍ଟମ ମାସର ପଞ୍ଚଦଶ ଦିନରେ, ଅର୍ଥାତ୍, ଆପଣା ମନର ସଂକଳ୍ପିତ ମାସରେ ବେଥେଲ୍ସ୍ଥିତ ସ୍ୱନିର୍ମିତ ଯଜ୍ଞବେଦିକୁ ଗଲେ ଓ ସେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ପର୍ବ ନିରୂପଣ କରି ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦିକୁ ଗଲେ।