ପ୍ରଥମ ରାଜାବଳୀ 13

ପୁଣି, ଯାରବୀୟାମ ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ସମୟରେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯିହୁଦାରୁ ପରମେଶ୍ୱରଙ୍କ ଏକ ଲୋକ ବେଥେଲ୍‍ରେ ଉପସ୍ଥିତ ହେଲା।

1 Kings 13:1 (UKJV) And, behold, there came a man of God out of Judah by the word of the LORD unto Bethel: and Jeroboam stood by the altar to burn incense.

1ପୁଣି, ଯାରବୀୟାମ ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ସମୟରେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯିହୁଦାରୁ ପରମେଶ୍ୱରଙ୍କ ଏକ ଲୋକ ବେଥେଲ୍‍ରେ ଉପସ୍ଥିତ ହେଲା।

2ପୁଣି, ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି କହିଲା, “ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି, ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ୱଳାଉ ଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।”

3ଆହୁରି ସେ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲା, “ସଦାପ୍ରଭୁଙ୍କ କଥିତ ଚିହ୍ନ ଏହି; ଦେଖ, ଏହି ବେଦି ଫାଟିଯିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.