ପ୍ରଥମ ରାଜାବଳୀ 13

ତହୁଁ ସେ ଅନ୍ୟ ପଥରେ ଗଲା, ଯେଉଁ ପଥରେ ବେଥେଲ୍‍କୁ ଆସିଥିଲା, ସେ ପଥରେ ସେ ଫେରିଲା ନାହିଁ।

1 Kings 13:10 (UKJV) So he went another way, and returned not by the way that he came to Bethel.

8ଏଥିରେ ପରମେଶ୍ୱରଙ୍କ ଲୋକ ରାଜାଙ୍କୁ କହିଲା, “ଯେବେ ତୁମ୍ଭେ ଆପଣା ଗୃହର ଅର୍ଦ୍ଧେକ ମୋତେ ଦେବ, ତେବେ ହେଁ ମୁଁ ତୁମ୍ଭ ସଙ୍ଗେ ଯିବି ନାହିଁ କିଅବା ଏହି ସ୍ଥାନରେ ଅନ୍ନ ଭୋଜନ କି ଜଳ ପାନ କରିବି ନାହିଁ,

9କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ ଏହି ଆଜ୍ଞା ଦିଆଯାଇଅଛି ଯେ, ତୁମ୍ଭେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେହି ପଥରେ ଫେରି ଆସିବ ନାହିଁ।”

10ତହୁଁ ସେ ଅନ୍ୟ ପଥରେ ଗଲା, ଯେଉଁ ପଥରେ ବେଥେଲ୍‍କୁ ଆସିଥିଲା, ସେ ପଥରେ ସେ ଫେରିଲା ନାହିଁ।

11ସେହି ବେଥେଲ୍‍ରେ ଜଣେ ପ୍ରାଚୀନ ଭବିଷ୍ୟଦ୍‍ବକ୍ତା ବାସ କରୁଥିଲା; ଆଉ ତାହାର ପୁତ୍ରମାନଙ୍କ ମଧ୍ୟରୁ ଜଣେ ତାହା ନିକଟକୁ ଆସି ସେହି ଦିନ ପରମେଶ୍ୱରଙ୍କ ଲୋକ ବେଥେଲ୍‍ରେ ଯାହା ଯାହା କରିଥିଲା, ତାହାସବୁ ତାହାକୁ ଜଣାଇଲା; ମଧ୍ୟ ରାଜାଙ୍କୁ ସେ ଯେଉଁ ଯେଉଁ କଥା କହିଥିଲା, ତାହା ସେମାନେ ଆପଣା ପିତାକୁ ଜଣାଇଲେ।

12ତହିଁରେ ସେମାନଙ୍କ ପିତା ସେମାନଙ୍କୁ ପଚାରିଲା, “ସେ କେଉଁ ପଥରେ ଗଲା?” ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକ ଯେଉଁ ପଥରେ ଯାଇଥିଲା, ତାହା ତାହାର ପୁତ୍ରମାନେ ଦେଖିଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.