13ଏଥିରେ ସେ ଆପଣା ପୁତ୍ରମାନଙ୍କୁ କହିଲା, “ମୋʼ ପାଇଁ ଗଧ ସଜାଅ।” ତହୁଁ ସେମାନେ ତାହା ପାଇଁ ଗଧ ସଜାନ୍ତେ, ସେ ତହିଁରେ ଚଢ଼ିଲା।
14ଏଉତ୍ତାରେ ସେ ପରମେଶ୍ୱରଙ୍କ ଲୋକର ପଛେ ପଛେ ଯାଇ ଏକ ଅଲୋନ ବୃକ୍ଷ ମୂଳେ ତାହାକୁ ବସିଥିବାର ଦେଖିଲା; ପୁଣି, ସେ ତାହାକୁ ପଚାରିଲା, “ତୁମ୍ଭେ କି ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକ?” ସେ କହିଲା, “ହଁ, ମୁଁ।”
15ତେବେ ସେ ତାହାକୁ କହିଲା, “ମୋʼ ସଙ୍ଗେ ଗୃହକୁ ଆସ ଓ ଅନ୍ନ ଭୋଜନ କର।”
16ତହିଁରେ ସେ କହିଲା, “ମୁଁ ତୁମ୍ଭ ସଙ୍ଗେ ଫେରି ନ ପାରେ, କି ତୁମ୍ଭ ସଙ୍ଗେ ଗୃହକୁ ଯାଇ ନ ପାରେ; କିଅବା ଏହି ସ୍ଥାନରେ ତୁମ୍ଭ ସଙ୍ଗେ ମୁଁ ଅନ୍ନ ଭୋଜନ କରିବି ନାହିଁ, କି ଜଳ ପାନ କରିବି ନାହିଁ;
17କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ କୁହାଯାଇଅଛି, ତୁମ୍ଭେ ସେସ୍ଥାନରେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେ ପଥରେ ଫେରି ଆସିବ ନାହିଁ।”