ପ୍ରଥମ ରାଜାବଳୀ 13

ଏହେତୁ ସେ ତାହା ସଙ୍ଗେ ଫେରିଯାଇ ତାହା ଗୃହରେ ଅନ୍ନ ଭୋଜନ ଓ ଜଳ ପାନ କଲା।

1 Kings 13:19 (UKJV) So he went back with him, and did eat bread in his house, and drank water.

17କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ କୁହାଯାଇଅଛି, ତୁମ୍ଭେ ସେସ୍ଥାନରେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେ ପଥରେ ଫେରି ଆସିବ ନାହିଁ।”

18ଏଥିରେ ସେ ତାହାକୁ କହିଲା, “ମୁଁ ମଧ୍ୟ ତୁମ୍ଭ ପରି ଜଣେ ଭବିଷ୍ୟଦ୍‍ବକ୍ତା; ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଏକ ଦୂତ ମୋତେ ଏହି କଥା କହିଲେ, ଯେପରି ସେ ଅନ୍ନ ଭୋଜନ ଓ ଜଳ ପାନ କରିବ, ଏଥିପାଇଁ ତୁମ୍ଭେ ତାହାକୁ ଫେରାଇ ଆପଣା ସଙ୍ଗେ ଗୃହକୁ ଆଣ।” ମାତ୍ର ସେ ତାହାକୁ ମିଥ୍ୟା କହିଲା।

19ଏହେତୁ ସେ ତାହା ସଙ୍ଗେ ଫେରିଯାଇ ତାହା ଗୃହରେ ଅନ୍ନ ଭୋଜନ ଓ ଜଳ ପାନ କଲା।

20ଏଉତ୍ତାରେ ସେମାନେ ମେଜ ନିକଟରେ ବସିଥିବା ବେଳେ ଏପରି ହେଲା ଯେ, ଯେଉଁ ଭବିଷ୍ୟଦ୍‍ବକ୍ତା ତାହାକୁ ଫେରାଇ ଆଣିଥିଲା, ତାହା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା।

21ଏଥିରେ ସେ ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକକୁ ଉଚ୍ଚସ୍ୱରରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଅଛ, ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କରି ନାହଁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.