1ପୁଣି, ଯାରବୀୟାମ ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ସମୟରେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯିହୁଦାରୁ ପରମେଶ୍ୱରଙ୍କ ଏକ ଲୋକ ବେଥେଲ୍ରେ ଉପସ୍ଥିତ ହେଲା।
2ପୁଣି, ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି କହିଲା, “ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି, ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ୱଳାଉ ଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।”
3ଆହୁରି ସେ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲା, “ସଦାପ୍ରଭୁଙ୍କ କଥିତ ଚିହ୍ନ ଏହି; ଦେଖ, ଏହି ବେଦି ଫାଟିଯିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।”
4ତହିଁରେ ପରମେଶ୍ୱରଙ୍କ ଲୋକ ବେଥେଲ୍ସ୍ଥିତ ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି ଯେଉଁ କଥା କହିଲା, ଯାରବୀୟାମ ରାଜା ତାହା ଶୁଣି ଯଜ୍ଞବେଦିଠାରୁ ହସ୍ତ ବଢ଼ାଇ କହିଲେ, “ତାହାକୁ ଧର।” ଏଥିରେ ସେ ତାହା ବିରୁଦ୍ଧରେ ଯେଉଁ ହସ୍ତ ବଢ଼ାଇ ଥିଲେ; ତାହା ଶୁଷ୍କ ହୋଇଗଲା, ତେଣୁ ସେ ତାହା ଆଉ ଫେରାଇ ପାରିଲେ ନାହିଁ।