ପ୍ରଥମ ରାଜାବଳୀ 13

ତହୁଁ ସେ ଯାତ୍ରା କରନ୍ତେ, ପଥ ମଧ୍ୟରେ ଏକ ସିଂହ ତାହାକୁ ଭେଟି ବଧ କଲା। ପୁଣି, ପଥ ମଧ୍ୟରେ ତାହାର ଶବ ପଡ଼ି ରହିଲା ଓ ଗଧ ତାହା ନିକଟରେ ଠିଆ ହେଲା; ସିଂହ ମଧ୍ୟ ସେହି ଶବ ନିକଟରେ ଠିଆ ହେଲା।

1 Kings 13:24 (UKJV) And when he was gone, a lion met him by the way, and slew him: and his carcass was cast in the way, and the ass stood by it, the lion also stood by the carcass.

22ମାତ୍ର ଫେରି ଆସିଅଛ, ପୁଣି, ଯେଉଁ ସ୍ଥାନରେ ଅନ୍ନ ଭୋଜନ ନ କର ଓ ଜଳ ପାନ ନ କର, ବୋଲି ସେ ତୁମ୍ଭକୁ କହିଥିଲେ, ‘ସେହି ସ୍ଥାନରେ ତୁମ୍ଭେ ଅନ୍ନ ଭୋଜନ କରିଅଛ ଓ ଜଳ ପାନ କରିଅଛ;’ ଏହେତୁ ତୁମ୍ଭ ଶବ ତୁମ୍ଭ ପିତୃଲୋକମାନଙ୍କ କବରରେ ପ୍ରବିଷ୍ଟ ନୋହିବ।”

23ଏଥିରେ ସେ ଅନ୍ନ ଭୋଜନ ଓ ଜଳ ପାନ କଲା ଉତ୍ତାରେ ତାହା ପାଇଁ, ଅର୍ଥାତ୍‍, ସେ ଯାହାକୁ ଫେରାଇ ଆଣିଥିଲା, ସେହି ଭବିଷ୍ୟଦ୍‍ବକ୍ତା ପାଇଁ ଗଧ ସଜାଇଲା।

24ତହୁଁ ସେ ଯାତ୍ରା କରନ୍ତେ, ପଥ ମଧ୍ୟରେ ଏକ ସିଂହ ତାହାକୁ ଭେଟି ବଧ କଲା। ପୁଣି, ପଥ ମଧ୍ୟରେ ତାହାର ଶବ ପଡ଼ି ରହିଲା ଓ ଗଧ ତାହା ନିକଟରେ ଠିଆ ହେଲା; ସିଂହ ମଧ୍ୟ ସେହି ଶବ ନିକଟରେ ଠିଆ ହେଲା।

25ଏଉତ୍ତାରେ ଦେଖ, ଲୋକମାନେ ଯାଉ ଯାଉ ପଥ ମଧ୍ୟରେ ଶବ ପଡ଼ିଥିବାର ଓ ଶବ ପାଖରେ ସିଂହ ଠିଆ ହୋଇଥିବାର ଦେଖିଲେ; ତହୁଁ ସେମାନେ ଆସି ସେହି ପ୍ରାଚୀନ ଭବିଷ୍ୟଦ୍‍ବକ୍ତାର ନିବାସ-ନଗରରେ ତାହା ଜଣାଇଲେ।

26ଏଥିରେ ଯେଉଁ ଭବିଷ୍ୟଦ୍‍ବକ୍ତା ତାହାଙ୍କୁ ପଥରୁ ଫେରାଇ ଆଣିଥିଲା, ସେ ସେହି କଥା ଶୁଣି କହିଲା, “ଯେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଥିଲା, ଏ ପରମେଶ୍ୱରଙ୍କ ସେହି ଲୋକ; ଏହେତୁ ତାହା ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତାହାକୁ ସିଂହ ହସ୍ତରେ ସମର୍ପଣ କରନ୍ତେ, ସେ ତାହାକୁ ବିଦୀର୍ଣ୍ଣ କରି ବଧ କରିଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.