ପ୍ରଥମ ରାଜାବଳୀ 13

ପୁଣି, ସେ ଭବିଷ୍ୟଦ୍‍ବକ୍ତା ପରମେଶ୍ୱରଙ୍କ ଲୋକର ଶବ ଉଠାଇ ନେଇ ଗଧ ଉପରେ ଥୋଇ ତାହା ଫେରାଇ ଆଣିଲା; ଆଉ ସେହି ପ୍ରାଚୀନ ଭବିଷ୍ୟଦ୍‍ବକ୍ତା ଶୋକ କରିବା ପାଇଁ ଓ ତାହାକୁ କବର ଦେବା ପାଇଁ ଆପଣା ନଗରକୁ ଆସିଲା।

1 Kings 13:29 (UKJV) And the prophet took up the carcass of the man of God, and laid it upon the ass, and brought it back: and the old prophet came to the city, to mourn and to bury him.

27ଏଣୁ ସେ ଆପଣା ପୁତ୍ରମାନଙ୍କୁ କହିଲା, “ମୋʼ ପାଇଁ ଗଧ ସଜାଅ।” ତହୁଁ ସେମାନେ ଗଧ ସଜାଇଲେ।

28ଏଥିରେ ସେ ଯାଇ ପଥ ମଧ୍ୟରେ ତାହାର ଶବ ପଡ଼ିଥିବାର, ପୁଣି, ଗଧ ଓ ସିଂହ ଶବ ନିକଟରେ ଠିଆ ହୋଇଥିବାର ଦେଖିଲା; ସିଂହ ଶବ ଖାଇ ନ ଥିଲା, କି ଗଧକୁ ବିଦୀର୍ଣ୍ଣ କରି ନ ଥିଲା।

29ପୁଣି, ସେ ଭବିଷ୍ୟଦ୍‍ବକ୍ତା ପରମେଶ୍ୱରଙ୍କ ଲୋକର ଶବ ଉଠାଇ ନେଇ ଗଧ ଉପରେ ଥୋଇ ତାହା ଫେରାଇ ଆଣିଲା; ଆଉ ସେହି ପ୍ରାଚୀନ ଭବିଷ୍ୟଦ୍‍ବକ୍ତା ଶୋକ କରିବା ପାଇଁ ଓ ତାହାକୁ କବର ଦେବା ପାଇଁ ଆପଣା ନଗରକୁ ଆସିଲା।

30ପୁଣି, ସେ ଆପଣା କବରରେ ତାହାର ଶବ ଥୋଇଲା; ତହୁଁ ସେମାନେ, “ହାୟ, ମୋହର ଭାଇ!” ବୋଲି ତାହା ଲାଗି ବିଳାପ କଲେ।

31ଆଉ ସେ ତାହାକୁ କବର ଦେଲା ଉତ୍ତାରେ ଆପଣା ପୁତ୍ରମାନଙ୍କୁ କହିଲା, “ମୁଁ ମଲେ, ଯେଉଁ କବରରେ ପରମେଶ୍ୱରଙ୍କ ଏହି ଲୋକ କବର ପାଇଅଛି, ତହିଁରେ ମୋତେ କବର ଦେଇ ତାହାର ଅସ୍ଥି ପାଖରେ ମୋହର ଅସ୍ଥି ରଖିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.