28ଏଥିରେ ସେ ଯାଇ ପଥ ମଧ୍ୟରେ ତାହାର ଶବ ପଡ଼ିଥିବାର, ପୁଣି, ଗଧ ଓ ସିଂହ ଶବ ନିକଟରେ ଠିଆ ହୋଇଥିବାର ଦେଖିଲା; ସିଂହ ଶବ ଖାଇ ନ ଥିଲା, କି ଗଧକୁ ବିଦୀର୍ଣ୍ଣ କରି ନ ଥିଲା।
29ପୁଣି, ସେ ଭବିଷ୍ୟଦ୍ବକ୍ତା ପରମେଶ୍ୱରଙ୍କ ଲୋକର ଶବ ଉଠାଇ ନେଇ ଗଧ ଉପରେ ଥୋଇ ତାହା ଫେରାଇ ଆଣିଲା; ଆଉ ସେହି ପ୍ରାଚୀନ ଭବିଷ୍ୟଦ୍ବକ୍ତା ଶୋକ କରିବା ପାଇଁ ଓ ତାହାକୁ କବର ଦେବା ପାଇଁ ଆପଣା ନଗରକୁ ଆସିଲା।
30ପୁଣି, ସେ ଆପଣା କବରରେ ତାହାର ଶବ ଥୋଇଲା; ତହୁଁ ସେମାନେ, “ହାୟ, ମୋହର ଭାଇ!” ବୋଲି ତାହା ଲାଗି ବିଳାପ କଲେ।
31ଆଉ ସେ ତାହାକୁ କବର ଦେଲା ଉତ୍ତାରେ ଆପଣା ପୁତ୍ରମାନଙ୍କୁ କହିଲା, “ମୁଁ ମଲେ, ଯେଉଁ କବରରେ ପରମେଶ୍ୱରଙ୍କ ଏହି ଲୋକ କବର ପାଇଅଛି, ତହିଁରେ ମୋତେ କବର ଦେଇ ତାହାର ଅସ୍ଥି ପାଖରେ ମୋହର ଅସ୍ଥି ରଖିବ।
32କାରଣ ସେ ବେଥେଲ୍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ଓ ଶମରୀୟାର ନାନା ନଗରସ୍ଥିତ ଉଚ୍ଚସ୍ଥଳୀର ସମସ୍ତ ଗୃହ ବିରୁଦ୍ଧରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଉଚ୍ଚସ୍ୱରରେ ଯାହା କହିଅଛି, ତାହା ନିଶ୍ଚୟ ସଫଳ ହେବ।”