ପ୍ରଥମ ରାଜାବଳୀ 13

ଆଉ ସେ ତାହାକୁ କବର ଦେଲା ଉତ୍ତାରେ ଆପଣା ପୁତ୍ରମାନଙ୍କୁ କହିଲା, “ମୁଁ ମଲେ, ଯେଉଁ କବରରେ ପରମେଶ୍ୱରଙ୍କ ଏହି ଲୋକ କବର ପାଇଅଛି, ତହିଁରେ ମୋତେ କବର ଦେଇ ତାହାର ଅସ୍ଥି ପାଖରେ ମୋହର ଅସ୍ଥି ରଖିବ।

1 Kings 13:31 (UKJV) And it came to pass, after he had buried him, that he spoke to his sons, saying, When I am dead, then bury me in the tomb wherein the man of God is buried; lay my bones beside his bones:

29ପୁଣି, ସେ ଭବିଷ୍ୟଦ୍‍ବକ୍ତା ପରମେଶ୍ୱରଙ୍କ ଲୋକର ଶବ ଉଠାଇ ନେଇ ଗଧ ଉପରେ ଥୋଇ ତାହା ଫେରାଇ ଆଣିଲା; ଆଉ ସେହି ପ୍ରାଚୀନ ଭବିଷ୍ୟଦ୍‍ବକ୍ତା ଶୋକ କରିବା ପାଇଁ ଓ ତାହାକୁ କବର ଦେବା ପାଇଁ ଆପଣା ନଗରକୁ ଆସିଲା।

30ପୁଣି, ସେ ଆପଣା କବରରେ ତାହାର ଶବ ଥୋଇଲା; ତହୁଁ ସେମାନେ, “ହାୟ, ମୋହର ଭାଇ!” ବୋଲି ତାହା ଲାଗି ବିଳାପ କଲେ।

31ଆଉ ସେ ତାହାକୁ କବର ଦେଲା ଉତ୍ତାରେ ଆପଣା ପୁତ୍ରମାନଙ୍କୁ କହିଲା, “ମୁଁ ମଲେ, ଯେଉଁ କବରରେ ପରମେଶ୍ୱରଙ୍କ ଏହି ଲୋକ କବର ପାଇଅଛି, ତହିଁରେ ମୋତେ କବର ଦେଇ ତାହାର ଅସ୍ଥି ପାଖରେ ମୋହର ଅସ୍ଥି ରଖିବ।

32କାରଣ ସେ ବେଥେଲ୍‍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ଓ ଶମରୀୟାର ନାନା ନଗରସ୍ଥିତ ଉଚ୍ଚସ୍ଥଳୀର ସମସ୍ତ ଗୃହ ବିରୁଦ୍ଧରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଉଚ୍ଚସ୍ୱରରେ ଯାହା କହିଅଛି, ତାହା ନିଶ୍ଚୟ ସଫଳ ହେବ।”

33ଏ ଘଟଣା ଉତ୍ତାରେ ଯାରବୀୟାମ ଆପଣା କୁପଥରୁ ଫେରିଲେ ନାହିଁ, ମାତ୍ର ପୁନର୍ବାର ସମୁଦାୟ ଲୋକଙ୍କ ମଧ୍ୟରୁ ଉଚ୍ଚସ୍ଥଳୀର ଯାଜକ ନିଯୁକ୍ତ କଲେ; ସମସ୍ତ ଉଚ୍ଚସ୍ଥଳୀ ପାଇଁ ଯେପରି ଯାଜକ ହେବେ ଏଥିପାଇଁ ଯେ ଇଚ୍ଛା କଲା, ତାହାକୁ ସେ ନିଯୁକ୍ତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.