30ପୁଣି, ସେ ଆପଣା କବରରେ ତାହାର ଶବ ଥୋଇଲା; ତହୁଁ ସେମାନେ, “ହାୟ, ମୋହର ଭାଇ!” ବୋଲି ତାହା ଲାଗି ବିଳାପ କଲେ।
31ଆଉ ସେ ତାହାକୁ କବର ଦେଲା ଉତ୍ତାରେ ଆପଣା ପୁତ୍ରମାନଙ୍କୁ କହିଲା, “ମୁଁ ମଲେ, ଯେଉଁ କବରରେ ପରମେଶ୍ୱରଙ୍କ ଏହି ଲୋକ କବର ପାଇଅଛି, ତହିଁରେ ମୋତେ କବର ଦେଇ ତାହାର ଅସ୍ଥି ପାଖରେ ମୋହର ଅସ୍ଥି ରଖିବ।
32କାରଣ ସେ ବେଥେଲ୍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ଓ ଶମରୀୟାର ନାନା ନଗରସ୍ଥିତ ଉଚ୍ଚସ୍ଥଳୀର ସମସ୍ତ ଗୃହ ବିରୁଦ୍ଧରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଉଚ୍ଚସ୍ୱରରେ ଯାହା କହିଅଛି, ତାହା ନିଶ୍ଚୟ ସଫଳ ହେବ।”
33ଏ ଘଟଣା ଉତ୍ତାରେ ଯାରବୀୟାମ ଆପଣା କୁପଥରୁ ଫେରିଲେ ନାହିଁ, ମାତ୍ର ପୁନର୍ବାର ସମୁଦାୟ ଲୋକଙ୍କ ମଧ୍ୟରୁ ଉଚ୍ଚସ୍ଥଳୀର ଯାଜକ ନିଯୁକ୍ତ କଲେ; ସମସ୍ତ ଉଚ୍ଚସ୍ଥଳୀ ପାଇଁ ଯେପରି ଯାଜକ ହେବେ ଏଥିପାଇଁ ଯେ ଇଚ୍ଛା କଲା, ତାହାକୁ ସେ ନିଯୁକ୍ତ କଲେ।
34ମାତ୍ର ଏହି କାର୍ଯ୍ୟ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବା ପାଇଁ ଓ ପୃଥିବୀରୁ ଲୁପ୍ତ କରିବା ପାଇଁ ତହିଁ ପ୍ରତି ପାପର କାରଣ ହେଲା।