ପ୍ରଥମ ରାଜାବଳୀ 13

ମଧ୍ୟ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯେଉଁ ଚିହ୍ନ ଦେଇଥିଲା, ତଦନୁସାରେ ଯଜ୍ଞବେଦି ଫାଟିଗଲା ଓ ଯଜ୍ଞବେଦିରୁ ଭସ୍ମ ଅଜାଡ଼ି ହୋଇ ପଡ଼ିଲା।

1 Kings 13:5 (UKJV) The altar also was rent, and the ashes poured out from the altar, according to the sign which the man of God had given by the word of the LORD.

3ଆହୁରି ସେ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲା, “ସଦାପ୍ରଭୁଙ୍କ କଥିତ ଚିହ୍ନ ଏହି; ଦେଖ, ଏହି ବେଦି ଫାଟିଯିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।”

4ତହିଁରେ ପରମେଶ୍ୱରଙ୍କ ଲୋକ ବେଥେଲ୍‍ସ୍ଥିତ ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି ଯେଉଁ କଥା କହିଲା, ଯାରବୀୟାମ ରାଜା ତାହା ଶୁଣି ଯଜ୍ଞବେଦିଠାରୁ ହସ୍ତ ବଢ଼ାଇ କହିଲେ, “ତାହାକୁ ଧର।” ଏଥିରେ ସେ ତାହା ବିରୁଦ୍ଧରେ ଯେଉଁ ହସ୍ତ ବଢ଼ାଇ ଥିଲେ; ତାହା ଶୁଷ୍କ ହୋଇଗଲା, ତେଣୁ ସେ ତାହା ଆଉ ଫେରାଇ ପାରିଲେ ନାହିଁ।

5ମଧ୍ୟ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯେଉଁ ଚିହ୍ନ ଦେଇଥିଲା, ତଦନୁସାରେ ଯଜ୍ଞବେଦି ଫାଟିଗଲା ଓ ଯଜ୍ଞବେଦିରୁ ଭସ୍ମ ଅଜାଡ଼ି ହୋଇ ପଡ଼ିଲା।

6ସେତେବେଳେ ରାଜା ପରମେଶ୍ୱରଙ୍କ ଲୋକକୁ ଉତ୍ତର କରି କହିଲେ, “ଯେପରି ମୋହର ହସ୍ତ ପୂର୍ବ ପରି ହୁଏ, ଏଥିପାଇଁ ତୁମ୍ଭେ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ଅନୁଗ୍ରହ ନିବେଦନ କର ଓ ମୋʼ ପାଇଁ ପ୍ରାର୍ଥନା କର।” ତହିଁରେ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କଠାରେ ନିବେଦନ କରନ୍ତେ, ରାଜାଙ୍କର ହସ୍ତ ସୁସ୍ଥ ହୋଇ ପୂର୍ବ ପରି ହୋଇଗଲା।

7ତହୁଁ ରାଜା ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ମୋʼ ସଙ୍ଗେ ଗୃହକୁ ଆସି ଆରାମ କର, ମୁଁ ତୁମ୍ଭକୁ ପୁରସ୍କାର ଦେବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.