6ସେତେବେଳେ ରାଜା ପରମେଶ୍ୱରଙ୍କ ଲୋକକୁ ଉତ୍ତର କରି କହିଲେ, “ଯେପରି ମୋହର ହସ୍ତ ପୂର୍ବ ପରି ହୁଏ, ଏଥିପାଇଁ ତୁମ୍ଭେ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ଅନୁଗ୍ରହ ନିବେଦନ କର ଓ ମୋʼ ପାଇଁ ପ୍ରାର୍ଥନା କର।” ତହିଁରେ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କଠାରେ ନିବେଦନ କରନ୍ତେ, ରାଜାଙ୍କର ହସ୍ତ ସୁସ୍ଥ ହୋଇ ପୂର୍ବ ପରି ହୋଇଗଲା।
7ତହୁଁ ରାଜା ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ମୋʼ ସଙ୍ଗେ ଗୃହକୁ ଆସି ଆରାମ କର, ମୁଁ ତୁମ୍ଭକୁ ପୁରସ୍କାର ଦେବି।”
8ଏଥିରେ ପରମେଶ୍ୱରଙ୍କ ଲୋକ ରାଜାଙ୍କୁ କହିଲା, “ଯେବେ ତୁମ୍ଭେ ଆପଣା ଗୃହର ଅର୍ଦ୍ଧେକ ମୋତେ ଦେବ, ତେବେ ହେଁ ମୁଁ ତୁମ୍ଭ ସଙ୍ଗେ ଯିବି ନାହିଁ କିଅବା ଏହି ସ୍ଥାନରେ ଅନ୍ନ ଭୋଜନ କି ଜଳ ପାନ କରିବି ନାହିଁ,
9କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ ଏହି ଆଜ୍ଞା ଦିଆଯାଇଅଛି ଯେ, ତୁମ୍ଭେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେହି ପଥରେ ଫେରି ଆସିବ ନାହିଁ।”
10ତହୁଁ ସେ ଅନ୍ୟ ପଥରେ ଗଲା, ଯେଉଁ ପଥରେ ବେଥେଲ୍କୁ ଆସିଥିଲା, ସେ ପଥରେ ସେ ଫେରିଲା ନାହିଁ।