1ସେହି ସମୟରେ ଯାରବୀୟାମଙ୍କର ପୁତ୍ର ଅବୀୟ ପୀଡ଼ିତ ହେଲା।
2ତହୁଁ ଯାରବୀୟାମ ଆପଣା ଭାର୍ଯ୍ୟାକୁ କହିଲେ, “ମୁଁ ବିନୟ କରୁଅଛି, ଉଠ, ପୁଣି, ତୁମ୍ଭେ ଯାରବୀୟାମଙ୍କର ଭାର୍ଯ୍ୟା ବୋଲି ଯେପରି ଜଣା ନ ପଡ଼ିବ, ଏଥିପାଇଁ ଛଦ୍ମବେଶ ଧରି ଶୀଲୋକୁ ଯାଅ; ଦେଖ, ମୁଁ ଏହି ଲୋକଙ୍କ ଉପରେ ରାଜା ହେବି ବୋଲି ମୋʼ ବିଷୟରେ ଯେ କହିଥିଲା, ସେହି ଅହୀୟ ଭବିଷ୍ୟଦ୍ବକ୍ତା ସେଠାରେ ଅଛି।
3ପୁଣି, ଆପଣା ସଙ୍ଗେ ଦଶ ରୁଟି ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ।”