ପ୍ରଥମ ରାଜାବଳୀ 14

ଏନିମନ୍ତେ ତୁମ୍ଭେ ଉଠି ଆପଣା ଗୃହକୁ ଯାଅ; ନଗରରେ ତୁମ୍ଭ ପାଦ ପଡ଼ିଲା କ୍ଷଣେ ବାଳକ ମରିବ।

1 Kings 14:12 (UKJV) Arise you therefore, get you to yours own house: and when your feet enter into the city, the child shall die.

10ଏହେତୁ ଦେଖ, ଆମ୍ଭେ ଯାରବୀୟାମ-ବଂଶ ପ୍ରତି ଅମଙ୍ଗଳ ଘଟାଇବା, ପୁଣି, ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଯାରବୀୟାମଠାରୁ ଲୋପ କରିବା ଓ ଯେପରି କୌଣସି ମନୁଷ୍ୟ ମଇଳା ସମ୍ପୂର୍ଣ୍ଣ ଯିବା ପର୍ଯ୍ୟନ୍ତ ଝାଡୁ କରେ, ସେପରି ଆମ୍ଭେ ଯାରବୀୟାମ ଗୃହକୁ ନିଃଶେଷରେ ବିନାଶ କରିବା।

11ଯାରବୀୟାମର କେହି ନଗରରେ ମଲେ, କୁକ୍କୁରମାନେ ତାକୁ ଖାଇବେ ଓ କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାକୁ ଖାଇବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।’

12ଏନିମନ୍ତେ ତୁମ୍ଭେ ଉଠି ଆପଣା ଗୃହକୁ ଯାଅ; ନଗରରେ ତୁମ୍ଭ ପାଦ ପଡ଼ିଲା କ୍ଷଣେ ବାଳକ ମରିବ।

13ପୁଣି, ତାହା ନିମନ୍ତେ ସମୁଦାୟ ଇସ୍ରାଏଲ ଶୋକ କରି ତାହାକୁ କବର ଦେବେ; ମାତ୍ର ଯାରବୀୟାମ ସମ୍ପର୍କୀୟର କେବଳ ସେ ହିଁ କବର ପାଇବ; କାରଣ ଯାରବୀୟାମ-ବଂଶ ମଧ୍ୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ତାହାରିଠାରେ କିଛି ସଦ୍‍ଭାବ ଦେଖାଯାଇଅଛି।

14ଆହୁରି ସଦାପ୍ରଭୁ ଆପଣା ପାଇଁ ଇସ୍ରାଏଲ ଉପରେ ଏକ ରାଜା ଉତ୍ପନ୍ନ କରିବେ, ସେ ସେହି ଦିନ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବ; ମାତ୍ର କଅଣ? ଏବେ ତାହା ଘଟିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.