14ଆହୁରି ସଦାପ୍ରଭୁ ଆପଣା ପାଇଁ ଇସ୍ରାଏଲ ଉପରେ ଏକ ରାଜା ଉତ୍ପନ୍ନ କରିବେ, ସେ ସେହି ଦିନ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବ; ମାତ୍ର କଅଣ? ଏବେ ତାହା ଘଟିବ।
15କାରଣ ସଦାପ୍ରଭୁ ଜଳରେ ହଲିଲା ନଳ ପରି ଇସ୍ରାଏଲକୁ ଆଘାତ କରିବେ; ପୁଣି, ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ଇସ୍ରାଏଲକୁ ଉତ୍ପାଟନ କରି ନଦୀ ସେପାରିରେ ସେମାନଙ୍କୁ ଛିନ୍ନଭିନ୍ନ କରିବେ; ଯେହେତୁ ସେମାନେ ଆପଣାମାନଙ୍କର ଆଶେରା ମୂର୍ତ୍ତିମାନ ନିର୍ମାଣ କରି ସଦାପ୍ରଭୁଙ୍କୁ ବିରକ୍ତ କରିଅଛନ୍ତି।
16ପୁଣି, ଯାରବୀୟାମ ଯେଉଁ ପାପ କରିଅଛି ଓ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଅଛି, ତାହାର ସେହି ସବୁ ପାପ ସକାଶୁ ସେ ଇସ୍ରାଏଲକୁ ତ୍ୟାଗ କରିବେ।”
17ଏଉତ୍ତାରେ ଯାରବୀୟାମଙ୍କର ଭାର୍ଯ୍ୟା ଉଠି ଚାଲିଗଲା ଓ ତିର୍ସାରେ ଉପସ୍ଥିତ ହେଲା; ଆଉ ସେ ଗୃହର ଦ୍ୱାରବନ୍ଧ ନିକଟରେ ପହଞ୍ଚିଲା କ୍ଷଣେ ବାଳକ ମଲା।
18ତହିଁରେ ସଦାପ୍ରଭୁ ଆପଣା ଦାସ ଅହୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ଯେପରି କହିଥିଲେ, ତଦନୁସାରେ ସମସ୍ତ ଇସ୍ରାଏଲ ତାହାକୁ କବର ଦେଲେ ଓ ତାହା ପାଇଁ ଶୋକ କଲେ।