ପ୍ରଥମ ରାଜାବଳୀ 14

ପୁଣି, ଯାରବୀୟାମଙ୍କର ରାଜତ୍ୱକାଳ ବାଇଶ ବର୍ଷ; ତହିଁ ଉତ୍ତାରେ ସେ ମୃତ୍ୟୁବରଣ କଲା ପରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ନାଦବ୍‍ ତାଙ୍କର ପଦରେ ରାଜ୍ୟ କଲେ।

1 Kings 14:20 (UKJV) And the days which Jeroboam reigned were two and twenty years: and he slept with his fathers, and Nadab his son reigned in his position.

18ତହିଁରେ ସଦାପ୍ରଭୁ ଆପଣା ଦାସ ଅହୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ଯେପରି କହିଥିଲେ, ତଦନୁସାରେ ସମସ୍ତ ଇସ୍ରାଏଲ ତାହାକୁ କବର ଦେଲେ ଓ ତାହା ପାଇଁ ଶୋକ କଲେ।

19ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ, ସେ କିପରି ଯୁଦ୍ଧ କଲେ ଓ କିପରି ରାଜ୍ୟ କଲେ, ଦେଖ, ଏସବୁ ଇସ୍ରାଏଲୀୟ ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖାଅଛି।

20ପୁଣି, ଯାରବୀୟାମଙ୍କର ରାଜତ୍ୱକାଳ ବାଇଶ ବର୍ଷ; ତହିଁ ଉତ୍ତାରେ ସେ ମୃତ୍ୟୁବରଣ କଲା ପରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ନାଦବ୍‍ ତାଙ୍କର ପଦରେ ରାଜ୍ୟ କଲେ।

21ଶଲୋମନଙ୍କର ପୁତ୍ର ରିହବୀୟାମ ଯିହୁଦା ଦେଶରେ ରାଜ୍ୟ କଲେ। ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ରିହବୀୟାମଙ୍କୁ ଏକଚାଳିଶ ବର୍ଷ ବୟସ ହୋଇଥିଲା, ପୁଣି, ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ସମୁଦାୟ ଇସ୍ରାଏଲ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମରେ ସେ ସତର ବର୍ଷ ରାଜ୍ୟ କଲେ ଓ ତାଙ୍କର ମାତାର ନାମ ନୟମା ଯେ ଅମ୍ମୋନୀୟା ଥିଲେ।

22ମାତ୍ର ଯିହୁଦା ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା; ପୁଣି, ସେମାନଙ୍କ ପୂର୍ବପୁରୁଷମାନେ ଯାହା ଯାହା କରିଥିଲେ, ସେସବୁ ଅପେକ୍ଷା ସେମାନେ ଆପଣାମାନଙ୍କ କୃତ ପାପ ଦ୍ୱାରା ତାହାଙ୍କୁ ଅଧିକ କୋପାନ୍ୱିତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.