22ମାତ୍ର ଯିହୁଦା ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା; ପୁଣି, ସେମାନଙ୍କ ପୂର୍ବପୁରୁଷମାନେ ଯାହା ଯାହା କରିଥିଲେ, ସେସବୁ ଅପେକ୍ଷା ସେମାନେ ଆପଣାମାନଙ୍କ କୃତ ପାପ ଦ୍ୱାରା ତାହାଙ୍କୁ ଅଧିକ କୋପାନ୍ୱିତ କଲେ।
23କାରଣ ସେମାନେ ମଧ୍ୟ ପ୍ରତ୍ୟେକ ଉଚ୍ଚ ପର୍ବତରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ମୂଳେ ଆପଣାମାନଙ୍କ ପାଇଁ ଉଚ୍ଚସ୍ଥଳୀ, ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ନିର୍ମାଣ କଲେ;
24ପୁଣି, ଦେଶରେ ମଧ୍ୟ ସଦୋମୀ ଲୋକେ ଥିଲେ; ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଥିଲେ, ସେମାନଙ୍କର ସମସ୍ତ ଘୃଣାଯୋଗ୍ୟ କର୍ମାନୁସାରେ ସେମାନେ କର୍ମ କଲେ।
25ଆଉ ରିହବୀୟାମ ରାଜାଙ୍କର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍ ଯିରୂଶାଲମ ବିରୁଦ୍ଧରେ ଆସିଲା;
26ପୁଣି, ସେ ସଦାପ୍ରଭୁଙ୍କ ଗୃହର ଧନ ଓ ରାଜଗୃହର ଧନ ନେଇଗଲା; ସେ ସମସ୍ତ ପଦାର୍ଥ ନେଇଗଲା; ଆହୁରି ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲ ନେଇଗଲା।