ପ୍ରଥମ ରାଜାବଳୀ 14

ଆଉ ରିହବୀୟାମ ରାଜାଙ୍କର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍‍ ଯିରୂଶାଲମ ବିରୁଦ୍ଧରେ ଆସିଲା;

1 Kings 14:25 (UKJV) And it came to pass in the fifth year of king Rehoboam, that Shishak king of Egypt came up against Jerusalem:

23କାରଣ ସେମାନେ ମଧ୍ୟ ପ୍ରତ୍ୟେକ ଉଚ୍ଚ ପର୍ବତରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ମୂଳେ ଆପଣାମାନଙ୍କ ପାଇଁ ଉଚ୍ଚସ୍ଥଳୀ, ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ନିର୍ମାଣ କଲେ;

24ପୁଣି, ଦେଶରେ ମଧ୍ୟ ସଦୋମୀ ଲୋକେ ଥିଲେ; ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଥିଲେ, ସେମାନଙ୍କର ସମସ୍ତ ଘୃଣାଯୋଗ୍ୟ କର୍ମାନୁସାରେ ସେମାନେ କର୍ମ କଲେ।

25ଆଉ ରିହବୀୟାମ ରାଜାଙ୍କର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍‍ ଯିରୂଶାଲମ ବିରୁଦ୍ଧରେ ଆସିଲା;

26ପୁଣି, ସେ ସଦାପ୍ରଭୁଙ୍କ ଗୃହର ଧନ ଓ ରାଜଗୃହର ଧନ ନେଇଗଲା; ସେ ସମସ୍ତ ପଦାର୍ଥ ନେଇଗଲା; ଆହୁରି ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲ ନେଇଗଲା।

27ଏଥିରେ ରିହବୀୟାମ ରାଜା ସେସବୁର ବଦଳେ ପିତ୍ତଳ-ଢାଲ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.