24ପୁଣି, ଦେଶରେ ମଧ୍ୟ ସଦୋମୀ ଲୋକେ ଥିଲେ; ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଥିଲେ, ସେମାନଙ୍କର ସମସ୍ତ ଘୃଣାଯୋଗ୍ୟ କର୍ମାନୁସାରେ ସେମାନେ କର୍ମ କଲେ।
25ଆଉ ରିହବୀୟାମ ରାଜାଙ୍କର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍ ଯିରୂଶାଲମ ବିରୁଦ୍ଧରେ ଆସିଲା;
26ପୁଣି, ସେ ସଦାପ୍ରଭୁଙ୍କ ଗୃହର ଧନ ଓ ରାଜଗୃହର ଧନ ନେଇଗଲା; ସେ ସମସ୍ତ ପଦାର୍ଥ ନେଇଗଲା; ଆହୁରି ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲ ନେଇଗଲା।
27ଏଥିରେ ରିହବୀୟାମ ରାଜା ସେସବୁର ବଦଳେ ପିତ୍ତଳ-ଢାଲ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ।
28ପୁଣି, ରାଜା ଯେତେ ଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ତାହା ନେଇଗଲେ, ଆଉ ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ।