ପ୍ରଥମ ରାଜାବଳୀ 14

ପୁଣି, ରାଜା ଯେତେ ଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ତାହା ନେଇଗଲେ, ଆଉ ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ।

1 Kings 14:28 (UKJV) And it was so, when the king went into the house of the LORD, that the guard bare them, and brought them back into the guard chamber.

26ପୁଣି, ସେ ସଦାପ୍ରଭୁଙ୍କ ଗୃହର ଧନ ଓ ରାଜଗୃହର ଧନ ନେଇଗଲା; ସେ ସମସ୍ତ ପଦାର୍ଥ ନେଇଗଲା; ଆହୁରି ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲ ନେଇଗଲା।

27ଏଥିରେ ରିହବୀୟାମ ରାଜା ସେସବୁର ବଦଳେ ପିତ୍ତଳ-ଢାଲ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ।

28ପୁଣି, ରାଜା ଯେତେ ଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ତାହା ନେଇଗଲେ, ଆଉ ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ।

29ଏହି ରିହବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କିମ୍ବା ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ?

30ଏହି ରିହବୀୟାମ ଓ ଯାରବୀୟାମଙ୍କ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.