ପ୍ରଥମ ରାଜାବଳୀ 14

ପୁଣି, ଆପଣା ସଙ୍ଗେ ଦଶ ରୁଟି ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ।”

1 Kings 14:3 (UKJV) And take with you ten loaves, and cracknels, and a cruse of honey, and go to him: he shall tell you what shall become of the child.

1ସେହି ସମୟରେ ଯାରବୀୟାମଙ୍କର ପୁତ୍ର ଅବୀୟ ପୀଡ଼ିତ ହେଲା।

2ତହୁଁ ଯାରବୀୟାମ ଆପଣା ଭାର୍ଯ୍ୟାକୁ କହିଲେ, “ମୁଁ ବିନୟ କରୁଅଛି, ଉଠ, ପୁଣି, ତୁମ୍ଭେ ଯାରବୀୟାମଙ୍କର ଭାର୍ଯ୍ୟା ବୋଲି ଯେପରି ଜଣା ନ ପଡ଼ିବ, ଏଥିପାଇଁ ଛଦ୍ମବେଶ ଧରି ଶୀଲୋକୁ ଯାଅ; ଦେଖ, ମୁଁ ଏହି ଲୋକଙ୍କ ଉପରେ ରାଜା ହେବି ବୋଲି ମୋʼ ବିଷୟରେ ଯେ କହିଥିଲା, ସେହି ଅହୀୟ ଭବିଷ୍ୟଦ୍‍ବକ୍ତା ସେଠାରେ ଅଛି।

3ପୁଣି, ଆପଣା ସଙ୍ଗେ ଦଶ ରୁଟି ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ।”

4ଏଥିରେ ଯାରବୀୟାମଙ୍କର ଭାର୍ଯ୍ୟା ସେପରି କଲା ଓ ସେ ଉଠି ଶୀଲୋକୁ ଯାଇ ଅହୀୟର ଗୃହରେ ଉପସ୍ଥିତ ହେଲା। ସେହି ସମୟରେ ଅହୀୟ ଦେଖି ପାରୁ ନ ଥିଲା; କାରଣ ବୟସ ହେତୁରୁ ତାହାର ଚକ୍ଷୁ ସ୍ତବ୍ଧ ହୋଇଥିଲା।

5ଏଥିମଧ୍ୟରେ ସଦାପ୍ରଭୁ ଅହୀୟଙ୍କୁ କହିଲେ, “ଦେଖ, ଯାରବୀୟାମଙ୍କର ଭାର୍ଯ୍ୟା ଆପଣା ପୁତ୍ର ବିଷୟ ପଚାରିବା ପାଇଁ ତୁମ୍ଭ ନିକଟକୁ ଆସୁଅଛି; କାରଣ ସେ ପୀଡ଼ିତ ଅଛି; ତାହାକୁ ତୁମ୍ଭେ ଏପରି ଏପରି କହିବ; କାରଣ ସେ ଆସିବା ବେଳେ ଆପଣାକୁ ଅନ୍ୟ ସ୍ତ୍ରୀ ପରି ଦେଖାଇବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.