ପ୍ରଥମ ରାଜାବଳୀ 14

ଏଥିରେ ଯାରବୀୟାମଙ୍କର ଭାର୍ଯ୍ୟା ସେପରି କଲା ଓ ସେ ଉଠି ଶୀଲୋକୁ ଯାଇ ଅହୀୟର ଗୃହରେ ଉପସ୍ଥିତ ହେଲା। ସେହି ସମୟରେ ଅହୀୟ ଦେଖି ପାରୁ ନ ଥିଲା; କାରଣ ବୟସ ହେତୁରୁ ତାହାର ଚକ୍ଷୁ ସ୍ତବ୍ଧ ହୋଇଥିଲା।

1 Kings 14:4 (UKJV) And Jeroboam's wife did so, and arose, and went to Shiloh, and came to the house of Ahijah. But Ahijah could not see; for his eyes were set by reason of his age.

2ତହୁଁ ଯାରବୀୟାମ ଆପଣା ଭାର୍ଯ୍ୟାକୁ କହିଲେ, “ମୁଁ ବିନୟ କରୁଅଛି, ଉଠ, ପୁଣି, ତୁମ୍ଭେ ଯାରବୀୟାମଙ୍କର ଭାର୍ଯ୍ୟା ବୋଲି ଯେପରି ଜଣା ନ ପଡ଼ିବ, ଏଥିପାଇଁ ଛଦ୍ମବେଶ ଧରି ଶୀଲୋକୁ ଯାଅ; ଦେଖ, ମୁଁ ଏହି ଲୋକଙ୍କ ଉପରେ ରାଜା ହେବି ବୋଲି ମୋʼ ବିଷୟରେ ଯେ କହିଥିଲା, ସେହି ଅହୀୟ ଭବିଷ୍ୟଦ୍‍ବକ୍ତା ସେଠାରେ ଅଛି।

3ପୁଣି, ଆପଣା ସଙ୍ଗେ ଦଶ ରୁଟି ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ।”

4ଏଥିରେ ଯାରବୀୟାମଙ୍କର ଭାର୍ଯ୍ୟା ସେପରି କଲା ଓ ସେ ଉଠି ଶୀଲୋକୁ ଯାଇ ଅହୀୟର ଗୃହରେ ଉପସ୍ଥିତ ହେଲା। ସେହି ସମୟରେ ଅହୀୟ ଦେଖି ପାରୁ ନ ଥିଲା; କାରଣ ବୟସ ହେତୁରୁ ତାହାର ଚକ୍ଷୁ ସ୍ତବ୍ଧ ହୋଇଥିଲା।

5ଏଥିମଧ୍ୟରେ ସଦାପ୍ରଭୁ ଅହୀୟଙ୍କୁ କହିଲେ, “ଦେଖ, ଯାରବୀୟାମଙ୍କର ଭାର୍ଯ୍ୟା ଆପଣା ପୁତ୍ର ବିଷୟ ପଚାରିବା ପାଇଁ ତୁମ୍ଭ ନିକଟକୁ ଆସୁଅଛି; କାରଣ ସେ ପୀଡ଼ିତ ଅଛି; ତାହାକୁ ତୁମ୍ଭେ ଏପରି ଏପରି କହିବ; କାରଣ ସେ ଆସିବା ବେଳେ ଆପଣାକୁ ଅନ୍ୟ ସ୍ତ୍ରୀ ପରି ଦେଖାଇବ।”

6ଆଉ ସେ ଦ୍ୱାର ଦେଇ ଆସିବା ବେଳେ ଏପରି ହେଲା ଯେ, ଅହୀୟ ତାହାର ପାଦ-ଶବ୍ଦ ଶୁଣି କହିଲା, “ହେ ଯାରବୀୟାମଙ୍କର ଭାର୍ଯ୍ୟା, ତୁମ୍ଭେ ଭିତରକୁ ଆସ; କାହିଁକି ତୁମ୍ଭେ ଆପଣାକୁ ଅନ୍ୟ ପରି ଦେଖାଉଅଛ? ମୁଁ ଦୁଃସହନୀୟ ସମ୍ବାଦ ଦେବା ପାଇଁ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.