1ନବାଟର ପୁତ୍ର ଯାରବୀୟାମ ରାଜାଙ୍କର ରାଜତ୍ଵର ଅଠର ବର୍ଷରେ ଅବୀୟାମ ଯିହୁଦା ଉପରେ ରାଜତ୍ୱ କରିବାକୁ ଲାଗିଲେ।
2ସେ ଯିରୂଶାଲମରେ ତିନି ବର୍ଷ ରାଜତ୍ୱ କଲେ ଓ ତାଙ୍କର ମାତାର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
3ତାଙ୍କ ପୂର୍ବରେ ତାଙ୍କର ପିତା ଯେସବୁ ପାପ-ପଥରେ ଚାଲିଥିଲେ, ସେ ସେହିପରି ଚାଲିଲେ; ଆଉ ତାଙ୍କର ପୂର୍ବପୁରୁଷ ଦାଉଦଙ୍କର ଅନ୍ତଃକରଣ ଯେପରି ଥିଲା, ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେପରି ସିଦ୍ଧ ନ ଥିଲା।