ପ୍ରଥମ ରାଜାବଳୀ 15

ପୁଣି, ଆସା ଆପଣା ପୂର୍ବପୁରୁଷ ଦାଉଦଙ୍କର ନ୍ୟାୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ।

1 Kings 15:11 (UKJV) And Asa did that which was right in the eyes of the LORD, as did David his father.

9ଇସ୍ରାଏଲର ରାଜା ଯାରବୀୟାମଙ୍କର ରାଜତ୍ଵର କୋଡ଼ିଏ ବର୍ଷରେ ଆସା ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।

10ସେ ଯିରୂଶାଲମରେ ଏକଚାଳିଶ ବର୍ଷ ରାଜତ୍ୱ କଲେ, ଆଉ ତାଙ୍କର ମାତାମହୀର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।

11ପୁଣି, ଆସା ଆପଣା ପୂର୍ବପୁରୁଷ ଦାଉଦଙ୍କର ନ୍ୟାୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ।

12ଆଉ ସେ ଦେଶରୁ ସଦୋମୀମାନଙ୍କୁ ତଡ଼ିଦେଲେ ଓ ଆପଣା ପିତୃଗଣ ନିର୍ମିତ ଦେବତା ସମସ୍ତ ଦୂର କରିଦେଲେ।

13ମଧ୍ୟ ଆପଣା ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.