ପ୍ରଥମ ରାଜାବଳୀ 15

ମାତ୍ର ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଅନ୍ତଃକରଣ ଯାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ସିଦ୍ଧ ଥିଲା।

1 Kings 15:14 (UKJV) But the high places were not removed: nevertheless Asa's heart was perfect with the LORD all his days.

12ଆଉ ସେ ଦେଶରୁ ସଦୋମୀମାନଙ୍କୁ ତଡ଼ିଦେଲେ ଓ ଆପଣା ପିତୃଗଣ ନିର୍ମିତ ଦେବତା ସମସ୍ତ ଦୂର କରିଦେଲେ।

13ମଧ୍ୟ ଆପଣା ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ଦେଲେ।

14ମାତ୍ର ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଅନ୍ତଃକରଣ ଯାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ସିଦ୍ଧ ଥିଲା।

15ପୁଣି, ସେ ଆପଣା ପିତାଙ୍କର ପ୍ରତିଷ୍ଠିତ, ଆପଣାର ପ୍ରତିଷ୍ଠିତ ରୂପା, ସୁନା ଓ ପାତ୍ରସବୁ ସଦାପ୍ରଭୁଙ୍କ ଗୃହକୁ ଆଣିଲେ।

16ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କ ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.