ପ୍ରଥମ ରାଜାବଳୀ 15

ତହିଁରେ ଆସା ସଦାପ୍ରଭୁଙ୍କ ଗୃହର ଭଣ୍ଡାରରୁ, ରାଜଗୃହର ଭଣ୍ଡାରରୁ ଅବଶିଷ୍ଟ ସବୁ ରୂପା ଓ ସୁନା ନେଇ ଆପଣା ଦାସମାନଙ୍କ ହସ୍ତରେ ସମର୍ପଣ କଲେ ଓ ଆସା ରାଜା ହିଷୀୟୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନ୍‍ହଦଦ୍‍ ନାମକ ଦମ୍ମେଶକ ନିବାସୀ ଅରାମୀୟ ରାଜା ନିକଟକୁ ସେମାନଙ୍କୁ ପଠାଇ ଏହି କଥା କହିଲେ,

1 Kings 15:18 (UKJV) Then Asa took all the silver and the gold that were left in the treasures of the house of the LORD, and the treasures of the king's house, and delivered them into the hand of his servants: and king Asa sent them to Benhadad, the son of Tabrimon, the son of Hezion, king of Syria, that dwelt at Damascus, saying,

16ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କ ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।

17ଆଉ ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ।

18ତହିଁରେ ଆସା ସଦାପ୍ରଭୁଙ୍କ ଗୃହର ଭଣ୍ଡାରରୁ, ରାଜଗୃହର ଭଣ୍ଡାରରୁ ଅବଶିଷ୍ଟ ସବୁ ରୂପା ଓ ସୁନା ନେଇ ଆପଣା ଦାସମାନଙ୍କ ହସ୍ତରେ ସମର୍ପଣ କଲେ ଓ ଆସା ରାଜା ହିଷୀୟୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନ୍‍ହଦଦ୍‍ ନାମକ ଦମ୍ମେଶକ ନିବାସୀ ଅରାମୀୟ ରାଜା ନିକଟକୁ ସେମାନଙ୍କୁ ପଠାଇ ଏହି କଥା କହିଲେ,

19“ମୋର ଓ ତୁମ୍ଭ ମଧ୍ୟରେ, ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ନିୟମ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନାର ଭେଟି ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ।”

20ଏଥିରେ ବିନ୍‍ହଦଦ୍‍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲର ନାନା ନଗର ବିରୁଦ୍ଧରେ ପଠାଇ ଇୟୋନ୍‍, ଦାନ୍, ଆବେଲ୍‍-ବେଥ୍-ମାଖା, ସମୁଦାୟ କିନ୍ନେରତ୍‍ ଓ ନପ୍ତାଲିର ସମସ୍ତ ଦେଶ ପରାସ୍ତ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.