ପ୍ରଥମ ରାଜାବଳୀ 15

ଯିହୁଦାର ଆସା ରାଜାଙ୍କର ରାଜତ୍ଵର ଦ୍ୱିତୀୟ ବର୍ଷରେ ଯାରବୀୟାମଙ୍କର ପୁତ୍ର ନାଦବ୍‍ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।

1 Kings 15:25 (UKJV) And Nadab the son of Jeroboam began to reign over Israel in the second year of Asa king of Judah, and reigned over Israel two years.

23ଏହି ଆସାଙ୍କର ଅବଶିଷ୍ଟ ସମସ୍ତ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସମସ୍ତ କ୍ରିୟା, ପୁଣି, ଯେ ଯେ ନଗର ସେ ଦୃଢ଼ କରିଥିଲେ, ସେହି ସବୁ କଥା କି ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? ମାତ୍ର ବୃଦ୍ଧାବସ୍ଥାରେ ତାଙ୍କର ପାଦରେ ରୋଗ ହୋଇଥିଲା।

24ଏଥିଉତ୍ତାରେ ଆସାଙ୍କ ମୃତ୍ୟୁ ପରେ, ସେ ଆପଣା ପିତା ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ, ପୁଣି, ତାଙ୍କର ପୁତ୍ର ଯିହୋଶାଫଟ୍‍ ତାହାଙ୍କ ପଦରେ ରାଜ୍ୟ କଲେ।

25ଯିହୁଦାର ଆସା ରାଜାଙ୍କର ରାଜତ୍ଵର ଦ୍ୱିତୀୟ ବର୍ଷରେ ଯାରବୀୟାମଙ୍କର ପୁତ୍ର ନାଦବ୍‍ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।

26ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଆପଣା ପିତାଙ୍କର ପଥରେ ଓ ତାଙ୍କର ପିତା ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ସେହି ପାପରେ ଚାଲିଲେ।

27ଏଥିଉତ୍ତାରେ ଇଷାଖର ବଂଶୀୟ ଅହୀୟର ପୁତ୍ର ବାଶା ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ପୁଣି, ବାଶା ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ନଗର ନିକଟରେ ତାଙ୍କୁ ବଧ କଲେ; କାରଣ ନାଦବ୍‍ ଓ ସମସ୍ତ ଇସ୍ରାଏଲ ସେସମୟରେ ଗିବ୍ବଥୋନ ଅବରୋଧ କରୁଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.