ପ୍ରଥମ ରାଜାବଳୀ 15

ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଆପଣା ପିତାଙ୍କର ପଥରେ ଓ ତାଙ୍କର ପିତା ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ସେହି ପାପରେ ଚାଲିଲେ।

1 Kings 15:26 (UKJV) And he did evil in the sight of the LORD, and walked in the way of his father, and in his sin wherewith he made Israel to sin.

24ଏଥିଉତ୍ତାରେ ଆସାଙ୍କ ମୃତ୍ୟୁ ପରେ, ସେ ଆପଣା ପିତା ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ, ପୁଣି, ତାଙ୍କର ପୁତ୍ର ଯିହୋଶାଫଟ୍‍ ତାହାଙ୍କ ପଦରେ ରାଜ୍ୟ କଲେ।

25ଯିହୁଦାର ଆସା ରାଜାଙ୍କର ରାଜତ୍ଵର ଦ୍ୱିତୀୟ ବର୍ଷରେ ଯାରବୀୟାମଙ୍କର ପୁତ୍ର ନାଦବ୍‍ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।

26ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଆପଣା ପିତାଙ୍କର ପଥରେ ଓ ତାଙ୍କର ପିତା ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ସେହି ପାପରେ ଚାଲିଲେ।

27ଏଥିଉତ୍ତାରେ ଇଷାଖର ବଂଶୀୟ ଅହୀୟର ପୁତ୍ର ବାଶା ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ପୁଣି, ବାଶା ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ନଗର ନିକଟରେ ତାଙ୍କୁ ବଧ କଲେ; କାରଣ ନାଦବ୍‍ ଓ ସମସ୍ତ ଇସ୍ରାଏଲ ସେସମୟରେ ଗିବ୍ବଥୋନ ଅବରୋଧ କରୁଥିଲେ।

28ଯିହୁଦାର ଆସା ରାଜାଙ୍କ ରାଜତ୍ଵର ତୃତୀୟ ବର୍ଷରେ ବାଶା ନାଦବ୍‍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.